Posted inଖେଳ

ଲଜ୍ଜାଜନକ ପରାଜୟ ପରେ ବି ଯାଉନିି ଅହଂକାର: କୋହଲିଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଲିଡ୍ସ,୨୯।୮: ଇଂଲଣ୍ଡ ବିପକ୍ଷ ଲିଡ୍ସ ଟେଷ୍ଟରେ ଲଜ୍ଜାଜନକ ପରାଜୟ ପରେ ଅଧିନାୟକ ବିରାଟ କୋହଲି ଏବଂ ଭାରତୀୟ ଦଳର ପ୍ରଦର୍ଶନକୁ ନେଇ ଏବେ ଅନେକ ପ୍ରଶ୍ନ ଉଠିଛି। ଇଂଲଣ୍ଠ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ପ୍ରଥମ ଇନିଂସରେ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଥିବାବେଳେ ଦ୍ୱିତୀୟ ଇନିଂସରେ ମାତ୍ର ୬୩ ରନ୍‌ରେ ଦଳ ୮ ଉଇକେଟ୍‌ ହରାଇଥିଲା। ଗୋଟିଏ ସମୟରେ ଦଳର ସ୍କୋର ୨୧୫-୨ ଥିଲା, କିନ୍ତୁ ଦଳ ୨୭୮ ରନ୍‌ ଅଲଆଉଟ୍‌ ହୋଇ ଗୋଟିଏ ଇନିଂସ ଏବଂ ୭୬ ରନ୍‌ରେ ମ୍ୟାଚ୍‌ ହାରିଥିଲା। ପରାଜୟ ପରେ ବିରାଟ କୋହଲିଙ୍କୁ ଅନେକ ପ୍ରଶ୍ନର ସାମ୍ନା କରିବାକୁ ପଡ଼ିଛି। ମ୍ୟାଚ୍‌ ପରେ ଖବରଦାତା ସମ୍ମିଳନୀରେ ତାଙ୍କ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଚିନ୍ତାଧାରାକୁ ନେଇ ପ୍ରଶ୍ନ କରାଯାଇଥିଲା। ଜଣେ ରିପୋର୍ଟର କୋହଲିଙ୍କ ପଚାରିଥିଲେ ଯେ, ଇଂଲଣ୍ଡ ବୋଲର୍‌ ଫୁଲ୍‌ ଲେନ୍ଥରେ ବଲ୍‌ ପକାଉଥିବାବେଳେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ବ୍ୟାକ୍‌ଫୁଟ୍‌ରେ ଖେଳିପାରି ଥାନ୍ତେ। କିନ୍ତୁ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଏପରି କରିବାରେ ବିଫଳ ହୋଇଥିଲେ। ଏହି ପ୍ରଶ୍ନ ଉତ୍ତର କୋହଲି କେବଳ ଦୁଇଟି ଶବ୍ଦରେ ଦେଇଥିଲେ ‘ଠିକ୍‌ ଅଛି ଧନ୍ୟବାଦ’। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓ ଦେଖି ପ୍ରଶଂସକ ବିଭିନ୍ନ ମତ ଦେବା ସହ କୋହଲିଙ୍କୁ ଅହଂକାରୀ ବୋଲି କହିଛନ୍ତି। ଜଣେ ପ୍ରଶଂସକ କହିଚନ୍ତି, ଲଜ୍ଜାଜନକ ପରାଜୟ ପରେ ମଧ୍ୟ କୋହଲି ତାଙ୍କ ଅହଂକାର ଛାଡୁ ନାହାନ୍ତି। ଭାରତର ପୂର୍ବତନ କ୍ରିକେଟର୍‌ ମନିନ୍ଦର ସିଂ ମଧ୍ୟ କୋହଲିଙ୍କୁ ଅହଂକାରୀ ବୋଲି କହିଛନ୍ତି। ସେ ନିଜ ଅହଂକାର ନିଜ ପାଖରେ ରଖନ୍ତୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri