Posted inଖେଳ

ମାତ୍ର ୩ ବର୍ଷରେ ବଦଳିଗଲା ଏହି କ୍ରିକେଟର୍‌ଙ୍କ ଭାଗ୍ୟ: ଡେବ୍ୟୁ ମ୍ୟାଚ୍‌ରେ ଭାଙ୍ଗିଲେ ୨୪ ବର୍ଷର ରେକର୍ଡ

ଅହମଦାବାଦ,୨୪।୩: କର୍ନାଟକର ଯୁବ ପେସର ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ବପ୍ନ ଶେଷରେ ପୂରଣ ହୋଇଛି। ଭାରତ ବନାମ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ର୍‌ଥମ ଏକଦିବସୀୟରେ କ୍ରିଷ୍ଣାଙ୍କୁ ଅନ୍ତର୍ଜାତୀୟ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେ ଏହାର ଭରପୂର ଫାଇଦା ଉଠାଇ ୨୪ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ଡେବ୍ୟୁ ମ୍ୟାଚ୍‌ରେ ସେ ୮.୧ ଓଭର ବୋଲିଂ କରି ୫୫ ରନ୍‌ ଦେଇ ୪ଟି ଉଇକେଟ୍‌ ନେଇଥିଲେ। ଏହା କରି ସେ ଡେବ୍ୟୁ ମ୍ୟାଚ୍‌ରେ ୪ ଉଇକେଟ୍‌ ନେବାରେ ପ୍ରଥମ ଭାରତୀୟ ହୋଇଛନ୍ତି। ଏହାସହ ସେ ୨୪ ବର୍ଷର ରେକର୍ଡ ମଧ୍ୟ ଭାଙ୍ଗିଛନ୍ତି। ୧୯୯୭ରେ ନୋଏଲ ଡେଭିଡ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଡେବ୍ୟୁ ମ୍ୟାଚ୍‌ରେ ୨୧ ରନ୍‌ ଦେଇ ୩ଟି ଉଇକେଟ୍‌ ନେଇଥିଲେ। ଗୋଟିଏ ଦିନ ପୂର୍ବରୁ ସେ ଟିମ ଇଣ୍ଡିଆ ଜର୍ସି ପିନ୍ଧିଥିବା ଏକ ଫଟୋ ପୋଷ୍ଟ କରି ଏହାକୁ ସ୍ମରଣୀୟ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଥିଲେ। କିନ୍ତୁ ଏଠାରେ ପହଞ୍ଚିବା ପାଇଁ ତାଙ୍କର ଯାତ୍ରା ସହଜ ହୋଇନାହିଁ। ସେ ଥରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ର ଜଣେ ନେଟ ବୋଲର ଥିଲେ। ଜଣେ ବୋଲର ଆହତ ହେବା ପରେ ସେ ଟି -୨୦ଲିଗରେ ଅବତରଣ କରି ନିଜକୁ ପ୍ରମାଣିତ କରିଥିଲେ। ସେପ୍ଟେମ୍ବର ୨୦୧୫ରେ ବାଂଲାଦେଶ ବିପକ୍ଷ ତିନି ଦିନିଆ ୱାର୍ମ ଅପ ମ୍ୟାଚରେ ପ୍ରଥମ ଥର ପାଇଁ ସିନିୟର ସ୍ତରରେ ଚମତ୍କାର ପ୍ରଦର୍ଶନ କରି ପ୍ରସିଦ୍ଧ କ୍ରିଷ୍ଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ସେ ୪୯ରନ ଦେଇ ୫ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri