Posted inଖେଳ

୨୪ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିବା ବୋଲର୍‌ ଭାରତୀୟ ଦଳରେ ସାମିଲ୍‌: ବିଜୟ ଆଶାରେ ବିରାଟବାହିନୀ

ଓଭାଲ,୨।୯: ଚତୁର୍ଥ ଟେଷ୍ଟର ଗୋଟିଏ ଦିନ ପୂର୍ବରୁ ଟିମ ଇଣ୍ଡିଆ ଦଳରେ ଏକ ବଡ଼ ପରିବର୍ତ୍ତନ କରିଛି। ଦ୍ରୁତ ବୋଲର ପ୍ରସାଦ କ୍ରିଷ୍ଣାଙ୍କୁ ଦଳରେ ସାମିଲ କରାଯାଇଛି। ଏ ପର୍ଯ୍ୟନ୍ତ ସେ ରିଜର୍ଭ ଖେଳାଳି ଭାବରେ ଦଳ ସହିତ ଥିଲେ। ଏଭଳି ପରିସ୍ଥିତିରେ ସେ ଚତୁର୍ଥ ଟେଷ୍ଟରେ ସୁଯୋଗ ପାଇପାରିବେ ବୋଲି ଆଶା କରାଯାଉଛି। ତୃତୀୟ ଟେଷ୍ଟରେ ଟିମ ଇଣ୍ଡିଆ ପରାସ୍ତ ହୋଇଥିଲା। ଏବେ ୫ ମ୍ୟାଚ ବିଶିଷ୍ଟ ସିରିଜ ୧-୧ ରେ ବରାବର ହୋଇଛି । ପ୍ରଥମ ଟେଷ୍ଟ ଡ୍ର ଥିଲାବେଳେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟକୁ ଟିମ ଇଣ୍ଡିଆ ଜିତିଥିଲା।
ପ୍ରସିଦ୍ଧ କ୍ରିଷ୍ଣା ନିଜର ପ୍ରଥମ ଦିନିକିଆ ମ୍ୟାଚ୍‌ ଘରୋଇ ପଡ଼ିଆରେ ଇଂଲଣ୍ଡ ବିପକ୍ଷରେ ଖେଳିଥିଲା। କ୍ରିଷ୍ଣା ଏହି ମ୍ୟାଚ୍‌ରେ ୪ଟି ଉଇକେଟ୍‌ ନେଇଥିଲେ। ସେ ଅନ୍ତର୍ଜାତୀୟ ଦିନିକିଆ ଡେବ୍ୟୁ ମ୍ୟାଚ୍‌ରେ ୪ ଉଇକେଟ୍‌ ନେଇଥିବା ପ୍ରଥମ ଭାରତୀୟ ବୋଲର ଥିଲେ। କ୍ରିଷ୍ଣା ୮.୧ ଓଭରରେ ୫୪ ରନ୍‌ ଦେଇ ୪ ଉଇକେଟ୍‌ ନେଇଥିଲେ। କ୍ରିଷ୍ଣା ଡେବ୍ୟୁ ମ୍ୟାଚ୍‌ରେ ନୋଏଲ ଡେଭିଡଙ୍କ ୨୪ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିଲେ। ୧୯୯୭ରେ ସ୍ପିନ୍‌ ବୋଲର୍‌ ଡେଭିଡ୍‌ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ୨୧ ରନ୍‌ ଦେଇ ୩ଟି ଉଇକେଟ୍‌ ନେଇଥିଲେ। ଭାରତୀୟ ବୋଲିଂରେ ଡେବ୍ୟୁ ମ୍ୟାଚ୍‌ ଏହା ସର୍ବଶ୍ରେଷ୍ଟ ବୋଲିଂ ଫିଗର୍‌ ଥିଲା। ଅର୍ନ୍ତର୍ଜାତୀୟ ଦିନିକିଆରେ ଡେବ୍ୟୁ ମ୍ୟାଚ୍‌ରେ ୧୬ ଜଣ ଭାରତୀୟ ୩-୩ ଉଇକେଟ୍‌ ନେଇଛନ୍ତି। କିନ୍ତୁ କେହି ୪ ଉଇକେଟ ନେଇ ନ ଥିଲେ।
୨୫ ବର୍ଷୀୟ ଦ୍ରୁତ ବୋଲର ପ୍ରସିଦ୍ଧ କ୍ରିଷ୍ଣା କେବଳ ୯ ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିବାର ଅଭିଜ୍ଞତା ଅଛି। ସେ ୯ ଟି ମ୍ୟାଚରେ ୩୪ ଉଇକେଟ ନେଇଛନ୍ତି। ସେ ଗତ ବର୍ଷ ମାର୍ଚ୍ଚରେ ଶେଷ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଥିଲେ। ସେ ଟିମ ଇଣ୍ଡିଆ ପାଇଁ ଦିନିକିଆରେ ଅବତରଣ କରିଛନ୍ତି। ସେ ୩ଟି ଦିନିକିଆରେ ୬ଟି ଉଇକେଟ ନେଇଥିଲେ। ଏହା ବ୍ୟତୀତ ସେ ୫୧ତାଲିକା ଏ ମ୍ୟାଚରେ ୮୭ ଉଇକେଟ ନେଇଛନ୍ତି। ଟି -୨୦ କ୍ୟାରିୟର ବିଷୟରେ କହିବାକୁ ଗଲେ ସେ ୪୭ ଟି ମ୍ୟାଚରେ ୪୧ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri