Posted inଖେଳ

IND vs NZ: ଫାଇନାଲ ପୂର୍ବରୁ ବଡ଼ ଭବିଷ୍ୟବାଣୀ, ଶେଷ ମୂହୁର୍ତ୍ତରେ ବାଜି ପଲଟେଇଦେବ…

ଦୁବାଇ,୯।୩: ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ । ଦୁଇ ଟିମ ପ୍ରସ୍ତୁତି ଜୋରଦାର୍‌ କରୁଛନ୍ତି । ଦୁବାଇରେ ମୁହାଁମୁହିଁ ହେବେ ଭାରତ ଏବଂ ନ୍ୟୁଜିଲାଣ୍ଡ । ଚାମ୍ପିୟନ୍ସ ଟ୍ରଫିରେ ଏଯାଏ ଅପରାଜେୟ ରହିଥିବା ଭାରତୀୟ ଦଳ ବେଶ ଶକ୍ତିଶାଳୀ ରହିଛି । ସେପଟେ ନ୍ୟୁଜିଲାଣ୍ଡ ବି ଦମଦାର ପ୍ରଦର୍ଶନ କରି ଫାଇନାଲରେ ପହଞ୍ଚିଛି । ତଥାପି ଗ୍ରୁପ ପର୍ଯ୍ୟାୟ ମୁକାବିଲାରେ ନ୍ୟୁଜିଲାଣ୍ଡ ପରାସ୍ତ କରିସାରିଛି ଟିମ ଇଣ୍ଡିଆ । ସେପଟେ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩୬୩ ସ୍କୋର କରିଛି।

ତେବେ ଫାଇନାଲ ମ୍ୟାଚ ପୂର୍ବରୁ ଜଣାଶୁଣା ଜ୍ୟୋର୍ତିବିଦ ଗ୍ରୀନଷ୍ଟୋନ ଲୋବୋ ଚାମ୍ପିୟନ୍ସ ଟ୍ରଫିକୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି । ସେ କହିଛନ୍ତି ଏଥର ICC ଚାମ୍ପିୟନ୍ସ ଟ୍ରଫି କେଉଁ ଟିମ ଜିତିବ । ଜ୍ୟୋର୍ତିବିଦ ଗ୍ରୀନଷ୍ଟୋନ ଲୋବୋ କହିଛନ୍ତି, ରୋହିତ ଶର୍ମା ନେତୃତ୍ବାଧୀନ ଟିମ ଇଣ୍ଡିଆ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିବ ଏବଂ ଟ୍ରଫି ହାତେଇବ । ରବିବାର ଦିନ ଭାରତ ପାଇଁ ଖୁବ ଭଲ ହେବାକୁ ଯାଉଥିବା ସେ କହିଛନ୍ତି । ଏହା ପୂର୍ବରୁ ବି ଅନେକ ଥର କ୍ରିକେଟକୁ ନେଇ ଭବିଷ୍ୟବାଣୀ କରିଛନ୍ତି ଗ୍ରୀନଷ୍ଟୋନ ଲୋବୋ । ଆଉ ସତ ବି ହୋଇଛି । ଏବେ ଭାରତ ଏବଂ ନ୍ୟୁଜିଲାଣ୍ଡ ଫାଇନାଲକୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି ସେ ।

ରୋହିତ ଶର୍ମାଙ୍କ ଭାଗ୍ୟ ସାଥ ଦେବ । ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ ଭଳି ଚାମ୍ପିୟନ୍ସ ଟ୍ରଫିରେ ବି ଭଲ ପ୍ରଦର୍ଶନ କରିବ ଭାରତ ଏବଂ ଚାମ୍ପିୟନ ହେବ ବୋଲି କହିଛନ୍ତି, ଜ୍ୟୋର୍ତିବିଦ ଗ୍ରୀନଷ୍ଟୋନ ଲୋବୋ ।

ଭାରତର ସମ୍ଭାବ୍ୟ ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ଅକ୍ଷର ପଟେଲ, ଲୋକେସ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ମହମ୍ମଦ ଶାମି ଏବଂ ବରୁଣ ଚକ୍ରବର୍ତ୍ତୀ


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri