Posted inଖେଳ

IND vs NZ Final: ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଆଜି

ଦୁବାଇ, ୯ା୩(ପି.ଟି.)ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ମୁକାବିଲା ରବିବାର ହେବ। ଏଥିରେ ଭାରତ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ହେବ ବୋଲି ଆଶା କରାଯାଉଛି। ଟୁର୍ନାମେଣ୍ଟରେ ଭାରତ ଏପର୍ଯ୍ୟନ୍ତ ଅପରାଜିତ ରହିଥିବା ବେଳେ ନ୍ୟୁଜିଲାଣ୍ଡ କେବଳ ଭାରତଠାରୁ ପରାଜିତ ହୋଇଛି।

ଚଳିତ ଟୁର୍ନାମେଣ୍ଟର ଲିଗ ପର୍ଯ୍ୟାୟର ଅନ୍ତିମ ମ୍ୟାଚରେ ଦୁଇ ଦଳ ପରସ୍ପରକୁ ଭେଟିଥିଲେ। ବରୁଣ ଚକ୍ରବର୍ତ୍ତୀଙ୍କ ୫ ଉଇକେଟ ସଫଳତା ବଳରେ ଏହି ମ୍ୟାଚକୁ ଭାରତ ୪୪ ରନରେ ଜିତି ନେଇଥିଲା। ଏହି ମ୍ୟାଚ ଭଳି ଫାଇନାଲରେ ମଧ୍ୟ ସ୍ପିନରଙ୍କ ଯାଦୁ ଦେଖିବାକୁ ମିଳିବ। ଦୁବାଇର ପିଚ ପାରମ୍ପରିକ ଭାବେ ସ୍ପିନରଙ୍କୁ ସୁହାଏ। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଦଳ ୪ ସ୍ପିନରଙ୍କ ସହିତ ମ୍ୟାଚକୁ ଓହ୍ଲାଇବା ପ୍ରାୟତଃ ନିଶ୍ଚିତ। ଏଥିଯୋଗୁ ଚକ୍ରବର୍ତ୍ତୀ, କୁଲଦୀପ ଯାଦବ ଓ ଦୁଇ ସ୍ପିନ ଅଲରାଉଣ୍ଡର ଅକ୍ଷର ପଟେଲ ଓ ରବୀନ୍ଦ୍ର ଜାଡେଜାଙ୍କ ଉପରେ ଅଧିକ ଭାର ରହିବ। ଭେଟେରାନ ପେସର ମହମ୍ମଦ ଶାମିଙ୍କ ସହିତ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପେସ ବିଭାଗ ସମ୍ଭାଳିବେ। ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଲାଗି ବ୍ୟବହୃତ ପିଚରେ ଯଦି ଫାଇନାଲ ଖେଳାଯାଏ, ତେବେ ୪ ଭାରତୀୟ ସ୍ପିନରଙ୍କ ଖୁବ୍‌ ପ୍ରଭାବ ଫାଇନାଲରେ ଦେଖିବାକୁ ମିଳିବ। ୪ ସ୍ପିନରଙ୍କୁ କାଉଣ୍ଟର କରିବା ଲାଗି ନ୍ୟୁଜିଲାଣ୍ଡ ପାଖରେ କେନ ଓ୍ବିଲିୟମସନ ଓ ରାଚିନ ରବୀନ୍ଦ୍ରଙ୍କ ଭଳି ଦକ୍ଷ ବ୍ୟାଟର ରହିଛନ୍ତି। ନ୍ୟୁଜିଲାଣ୍ଡ ଦଳର ବ୍ୟାଟିଂ ଲାଇନ୍‌ଅପ୍‌ରେ ଏହି ଦୁଇ ବ୍ୟାଟର ସ୍ପିନ ବୋଲରଙ୍କ ମୁକାବିଲା କରିବାରେ ସବୁଠୁ ସକ୍ଷମ। ତେବେ ନ୍ୟୁଜିଲାଣ୍ଡ ପାଖରେ ଅଧିନାୟକ ମିଚେଲ ସାଣ୍ଟନର, ମାଇକେଲ ବ୍ରେସଓ୍ବେଲ, ରବୀନ୍ଦ୍ର ଓ ଗ୍ଲେନ୍‌ ଫିଲିପ୍ସଙ୍କ ଭଳି ସ୍ପିନର ରହିଛନ୍ତି। ନ୍ୟୁଜିଲାଣ୍ଡ ସ୍ପିନରମାନେ ଗତ ବର୍ଷ ଭାରତୀୟ ବ୍ୟାଟିଂ ଲାଇନ୍‌ଅପକୁ ଧ୍ୱଂସ କରି ଭାରତରେ ଟେଷ୍ଟ ସିରିଜ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri