Posted inଖେଳ

IND vs NZ Final: ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଆଜି

ଦୁବାଇ, ୯ା୩(ପି.ଟି.)ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ମୁକାବିଲା ରବିବାର ହେବ। ଏଥିରେ ଭାରତ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ହେବ ବୋଲି ଆଶା କରାଯାଉଛି। ଟୁର୍ନାମେଣ୍ଟରେ ଭାରତ ଏପର୍ଯ୍ୟନ୍ତ ଅପରାଜିତ ରହିଥିବା ବେଳେ ନ୍ୟୁଜିଲାଣ୍ଡ କେବଳ ଭାରତଠାରୁ ପରାଜିତ ହୋଇଛି।

ଚଳିତ ଟୁର୍ନାମେଣ୍ଟର ଲିଗ ପର୍ଯ୍ୟାୟର ଅନ୍ତିମ ମ୍ୟାଚରେ ଦୁଇ ଦଳ ପରସ୍ପରକୁ ଭେଟିଥିଲେ। ବରୁଣ ଚକ୍ରବର୍ତ୍ତୀଙ୍କ ୫ ଉଇକେଟ ସଫଳତା ବଳରେ ଏହି ମ୍ୟାଚକୁ ଭାରତ ୪୪ ରନରେ ଜିତି ନେଇଥିଲା। ଏହି ମ୍ୟାଚ ଭଳି ଫାଇନାଲରେ ମଧ୍ୟ ସ୍ପିନରଙ୍କ ଯାଦୁ ଦେଖିବାକୁ ମିଳିବ। ଦୁବାଇର ପିଚ ପାରମ୍ପରିକ ଭାବେ ସ୍ପିନରଙ୍କୁ ସୁହାଏ। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଦଳ ୪ ସ୍ପିନରଙ୍କ ସହିତ ମ୍ୟାଚକୁ ଓହ୍ଲାଇବା ପ୍ରାୟତଃ ନିଶ୍ଚିତ। ଏଥିଯୋଗୁ ଚକ୍ରବର୍ତ୍ତୀ, କୁଲଦୀପ ଯାଦବ ଓ ଦୁଇ ସ୍ପିନ ଅଲରାଉଣ୍ଡର ଅକ୍ଷର ପଟେଲ ଓ ରବୀନ୍ଦ୍ର ଜାଡେଜାଙ୍କ ଉପରେ ଅଧିକ ଭାର ରହିବ। ଭେଟେରାନ ପେସର ମହମ୍ମଦ ଶାମିଙ୍କ ସହିତ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପେସ ବିଭାଗ ସମ୍ଭାଳିବେ। ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ଲାଗି ବ୍ୟବହୃତ ପିଚରେ ଯଦି ଫାଇନାଲ ଖେଳାଯାଏ, ତେବେ ୪ ଭାରତୀୟ ସ୍ପିନରଙ୍କ ଖୁବ୍‌ ପ୍ରଭାବ ଫାଇନାଲରେ ଦେଖିବାକୁ ମିଳିବ। ୪ ସ୍ପିନରଙ୍କୁ କାଉଣ୍ଟର କରିବା ଲାଗି ନ୍ୟୁଜିଲାଣ୍ଡ ପାଖରେ କେନ ଓ୍ବିଲିୟମସନ ଓ ରାଚିନ ରବୀନ୍ଦ୍ରଙ୍କ ଭଳି ଦକ୍ଷ ବ୍ୟାଟର ରହିଛନ୍ତି। ନ୍ୟୁଜିଲାଣ୍ଡ ଦଳର ବ୍ୟାଟିଂ ଲାଇନ୍‌ଅପ୍‌ରେ ଏହି ଦୁଇ ବ୍ୟାଟର ସ୍ପିନ ବୋଲରଙ୍କ ମୁକାବିଲା କରିବାରେ ସବୁଠୁ ସକ୍ଷମ। ତେବେ ନ୍ୟୁଜିଲାଣ୍ଡ ପାଖରେ ଅଧିନାୟକ ମିଚେଲ ସାଣ୍ଟନର, ମାଇକେଲ ବ୍ରେସଓ୍ବେଲ, ରବୀନ୍ଦ୍ର ଓ ଗ୍ଲେନ୍‌ ଫିଲିପ୍ସଙ୍କ ଭଳି ସ୍ପିନର ରହିଛନ୍ତି। ନ୍ୟୁଜିଲାଣ୍ଡ ସ୍ପିନରମାନେ ଗତ ବର୍ଷ ଭାରତୀୟ ବ୍ୟାଟିଂ ଲାଇନ୍‌ଅପକୁ ଧ୍ୱଂସ କରି ଭାରତରେ ଟେଷ୍ଟ ସିରିଜ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri