Posted inଖେଳ

IND vs NZ Final: ଚାମ୍ପିଅନ୍ସ ଟ୍ରଫିରେ ଇତିହାସ ରଚିବାକୁ ଆଉ ଗୋଟିଏ ପାଦ ଦୂରରେ ବିରାଟ କୋହଲି: କରିପାରନ୍ତି ଏହି ବଡ଼ ରେକର୍ଡ

ଦୁବାଇ,୮।୩: ବିରାଟ କୋହଲିଙ୍କ ପାଖରେ ଇତିହାସ ସୃଷ୍ଟି କରିବାର ସୁଯୋଗ ଅଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଶେଷ ମ୍ୟାଚ୍‌ରେ କୋହଲି କ୍ରିସ ଗେଲଙ୍କ ଗୋଟିଏ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ରବିର ଦୁବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ ଖେଳାଯିବ।

ଚାମ୍ପିଅନ୍ସ ଟ୍ରଫିରେ ଏପର୍ଯ୍ୟନ୍ତ ସର୍ବାଧିକ ରନ ସ୍କୋର କରିବାରେ କ୍ରିସ ଗେଲ ଶୀର୍ଷରେ ଅଛନ୍ତି। ଗେଲ ୧୭ଟି ମ୍ୟାଚ ଖେଳି ୭୯୧ ରନ କରିଛନ୍ତି। ଏହି ସମୟ ମଧ୍ୟରେ ସେ ୩ଟି ଶତକ ଏବଂ ଗୋଟିଏ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏବେ କୋହଲି ଏହି ରେକର୍ଡ ଭାଙ୍ଗି ପାରିବେ।

ଚାମ୍ପିଅନ୍ସ ଟ୍ରଫିରେ ସର୍ବାଧିକ ରନ ସ୍କୋର କରିବାରେ କୋହଲି ବର୍ତ୍ତମାନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କୋହଲି ୧୭ଟି ମ୍ୟାଚ ଖେଳି ୭୪୬ ରନ କରିଛନ୍ତି। ସେ ଗୋଟିଏ ଶତକ ଏବଂ ୬ଟି ଅର୍ଦ୍ଧଶତକ ହାସଲ କରିଛନ୍ତି।

ଯଦି ବିରାଟ ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ମ୍ୟାଚ୍‌ରେ ୪୫ ରୁ ଅଧିକ ରନ କରନ୍ତି, ତେବେ ସେ କ୍ରିସ ଗେଲଙ୍କୁ ପଛରେ ପକାଇଦେବେ।

୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ସର୍ବାଧିକ ରନ ସ୍କୋର କରିବାରେ ବିରାଟ କୋହଲି ବର୍ତ୍ତମାନ ଚତୁର୍ଥ ସ୍ଥାନରେ ଅଛନ୍ତି। କୋହଲି ୪ଟି ମ୍ୟାଚ୍‌ରେ ୨୧୭ ରନ କରିଛନ୍ତି।

ଟିମ ଇଣ୍ଡିଆ ରବିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଫାଇନାଲ ମ୍ୟାଚ ଖେଳିବ। ଭାରତ ୨୦୨୫ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri