Posted inଖେଳ

IND vs NZ: ପାକିସ୍ତାନକୁ ହରାଇବା ପରେ ଇତିହାସ ରଚିବେ Virat Kohli! ଟାର୍ଗେଟରେ ୧-୨ ନୁହେଁ ରହିଛି ଏତିକି ରେକର୍ଡ

ନୂଆଦିଲ୍ଲୀ,୨୮।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତୀୟ ଦଳର ସବୁଠାରୁ ବଡ଼ ଚିନ୍ତା ଥିଲା ବିରାଟ କୋହଲିଙ୍କ ଫର୍ମ। ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ଭେଟିଥିଲା। ଏହି ମ୍ୟାଚରେ ବିରାଟ କୋହଲିଙ୍କ ବ୍ୟାଟ କାମ କରିନଥିଲା। ବିରାଟ 3୩୮ଟି ବଲର ସମ୍ମୁଖୀନ ହୋଇ ୧ଚୌକା ସହାୟତାରେ ୨୨ ରନ କରିଥିଲେ।
ପରବର୍ତ୍ତୀ ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନ ସହିତ ମୁକାବିଲା କରିଥିଲା। ଏହି ହାଇ-ଭୋଲଟେଜ ମ୍ୟାଚରେ ବିରାଟ କୋହଲିଙ୍କ ବ୍ୟାଟ ଧୂଆଁଧାର ବ୍ୟାଟିଂ କରିଥିଲା। ବିରାଟ ୧୧୧ ବଲରେ ୧୦୦ ରନର ଏକ ଅପରାଜିତ ଇନିଂସ ଖେଳିଥିଲେ। ଏବେ ଭାରତ ଲିଗ ପର୍ଯ୍ୟାୟର ଶେଷ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚରେ ବିରାଟ କୋହଲି କେବଳ ୧-୨ ନୁହେଁ ବରଂ ଅନେକ ରେକର୍ଡ କରିପାରିବେ।
ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ୧୨ତମ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ଭେଟିବ। ଯଦି ଫର୍ମରେ ଥିବା ବିରାଟ କୋହଲି ଏହି ମ୍ୟାଚରେ ୧୪୧ ରନ କରନ୍ତି, ତେବେ ସେ ଚାମ୍ପିଅନ୍ସ ଟ୍ରଫି ଇତିହାସରେ ସର୍ବାଧିକ ରନ ସ୍କୋରର୍‌ ହୋଇଯିବେ। କୋହଲି ଚାମ୍ପିଅନ୍ସ ଟ୍ରଫିରେ ଏପର୍ଯ୍ୟନ୍ତ ୧୫ଟି ମ୍ୟାଚ ଖେଳି ସାରିଛନ୍ତି। ଏହି ସମୟରେ, ସେ ୧୪ଟି ଇନିଂସରେ ୯୩.୦୦ ହାରରେ ଏବଂ ୯୦.୧୬ ଷ୍ଟ୍ରାଇକ ରେଟ ସହିତ ୬୫୧ ରନ କରିଛନ୍ତି।
ଯଦି ବିରାଟ କୋହଲି ନ୍ୟୁଜିଲାଣ୍ଡ ବିପକ୍ଷରେ ୫୧ ରନ କରନ୍ତି, ତେବେ ସେ ଚାମ୍ପିଅନ୍ସ ଟ୍ରଫିରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର ହୋଇଯିବେ। ଶିଖର ଧାୱନ ଏହି ତାଲିକାର ଶୀର୍ଷରେ ଅଛନ୍ତି। ମିଷ୍ଟର ICC ଚାମ୍ପିଅନ୍ସ ଟ୍ରଫିର ୧୦ଟି ମ୍ୟାଚ ର ୧୦ଟି ଇନିଂସରେ ୭୦୧ ରନ କରିଥିଲେ। େfତଣଉ କୋହଲିଙ୍କ ଟାର୍ଗେଟରେ ରହିବ ଶିଖର ଧାଓ୍ବନଙ୍କ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri