Posted inଖେଳ

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି ଭାରତୀୟ ଓପନର୍ ଅଭିଷେକ ଶର୍ମାଙ୍କୁ ଶସ୍ତାରେ ଆଉଟ୍ କରିବାରେ ସଫଳ ହୋଇଛି। ଅସୁସ୍ଥତା କାରଣରୁ ନାମ୍ବିୟା ବିପକ୍ଷ ମ୍ୟାଚ୍ ମିସ୍ କରିଥିବା ଅଭିଷେକ ଦଳକୁ ଫେରିଥିଲେ ମଧ୍ୟ ୪ଟି ବଲ୍ ଖେଳି କୌଣସି ରନ୍ ନ କରି ପ୍ୟାଭିଲିୟନ ଫେରିଥିଲେ।

ସାଧାରଣତଃ ଶାହୀନ ଆଫ୍ରିଦି ନୂଆ ବଲ୍‌ରେ ବୋଲିଂ ଆରମ୍ଭ କରନ୍ତି। କିନ୍ତୁ ଆଜି ସଲମାନ ଆଘା ନିଜେ ପ୍ରଥମ ଓଭର ବୋଲିଂ କରି ସମସ୍ତଙ୍କୁ ଚକିତ କରିଦେଇଥିଲେ। ଏହି ରଣନୀତି କାମ ଦେଇଥିଲା ଏବଂ ଓଭରର ଶେଷ ବଲ୍‌ରେ ସେ ଅଭିଷେକଙ୍କୁ ଆଉଟ୍ କରିଥିଲେ। ଚଳିତ ବିଶ୍ୱକପ୍‌ରେ ଅଭିଷେକ ଶର୍ମାଙ୍କର ଏହା ଦ୍ୱିତୀୟ ଶୂନ ରନ୍। ପୂର୍ବରୁ ସେ ଆମେରିକା (USA) ବିପକ୍ଷରେ ମଧ୍ୟ ‘ଗୋଲ୍ଡେନ୍ ଡକ୍’ର ଶିକାର ହୋଇଥିଲେ।

ମ୍ୟାଚ୍ ଆରମ୍ଭ ପୂର୍ବରୁ ଟସ୍ ସମୟରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ପାକ୍ ଅଧିନାୟକ ସଲମାନ ଆଘାଙ୍କ ମଧ୍ୟରେ କୌଣସି କରମର୍ଦ୍ଦନ ହୋଇନଥିଲା। ଗତ ବର୍ଷ ଏସିଆ କପ୍‌ରୁ ଚାଲିଆସୁଥିବା ଏହି ପରମ୍ପରା ଆଜି ମଧ୍ୟ ଦେଖିବାକୁ ମିଳିଛି।

ଆଜିର ମ୍ୟାଚ୍ ଯିଏ ଜିତିବ, ସେ ଦଳ ସୁପର-୮ ପର୍ଯ୍ୟାୟ ପାଇଁ ନିଜର ସ୍ଥାନ ପ୍ରାୟତଃ ପକ୍କା କରିବ। ଭାରତୀୟ ଦଳ ଏହି ମ୍ୟାଚରେ ଦୁଇଟି ପରିବର୍ତ୍ତନ କରିଛି—ଅର୍ଶଦୀପ ସିଂ ଓ ସଞ୍ଜୁ ସାମସନଙ୍କ ବଦଳରେ ଅଭିଷେକ ଶର୍ମା ଓ କୁଲଦୀପ ଯାଦବଙ୍କୁ ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri