Posted inଖେଳ

ଭୁବନେଶ୍ୱର କୁମାରଙ୍କ ଚମତ୍କାର ବୋଲିଂ: ପାକିସ୍ତାନ ୧୪୭ ରନ୍‌ରେ ଅଲଆଉଟ୍‌

ଦୁବାଇ,୨୮।୮: ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଏସିଆ କପ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଭାରତକୁ ୧୪୮ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି ପାକିସ୍ତାନ। ଭାରତୀୟ ବେଲରଙ୍କ ପ୍ରଭାବୀ ବୋଲିଂ ଯୋଗୁ ପାକିସ୍ତାନ ୧୯.୫ ଓଭରରେ ୧୪୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ପାକିସ୍ତାନ ପକ୍ଷରୁ ଓପନର୍‌ ମହମ୍ମଦ ରିଜଓ୍ବାନ୍‌ ସର୍ବାଧିକ ୪୩ ରନ୍‌ର ଇନିଂସ ଖେଳିଥିବାବେଳେ ଇଫତିକର୍‌ ଅହମ୍ମଦ ୨୮, ଅଧିନାୟକ ବାବର ଆଜମ ୧୦, ଫଖର ଜମାନ ୧୦, ସଦ୍ଦାବ ୧୦ ରନ୍‌ ସ୍କୋର କରିଥିଲେ। ରିଜଓ୍ବାନ ଏବଂ ଇଫ୍‌ତିକରଙ୍କୁ ଛାଡି ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ପଡ଼ିଆରେ ବେଶୀ ସମୟ ତିଷ୍ଠି ପାରି ନ ଥିଲେ। ଭାରତ ପକ୍ଷରୁ ଭୁବନେଶ୍ୱର କୁମାର ଚମତ୍କାର ବୋଲିଂ କରି ସର୍ବାଧିକ ୪ଟି ଉଇକେଟ୍‌ ନେଇଥିଲେ। ସେହିପରି ଦାର୍ଦ୍ଦିକ ପାଣ୍ଡ୍ୟା ୩, ଅର୍ଶଦୀପ ସିଂ ୨, ଆଭେଶ ଖାନ ଗୋଟିଏ ଉଇକେଟ୍‌ ନେଇଥିଲେ।
ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ରିଷଭ ପନ୍ତ, ଆର୍‌ ଅଶ୍ୱିନ, ରବି ବିଷ୍ଣୋଇ ଏବଂ ଦୀପକ ହୁଡା ଖେଳୁଥିବା ଏକାଦଶରେ ସ୍ଥାନ ପାଇ ନାହାଁନ୍ତି।
ଏସିଆ କପରେ ଦୁଇ ଦଳ ମଧ୍ୟରେ ଏହା ୧୫ତମ ମ୍ୟାଚ ହେବ। ପୂର୍ବ ୧୪ଟି ମ୍ୟାଚରେ ଆଠଟି ମ୍ୟାଚ ଭାରତ ଏବଂ ପାଞ୍ଚଟି ପାକିସ୍ତାନ ଜିତିଛି। ବର୍ଷା ହେତୁ ଗୋଟିଏ ମ୍ୟାଚ ଧୋଇ ଯାଇଥିଲା। ୨୦୧୨ରେ ଏହି ଟୁର୍ନାମେଣ୍ଟରେ ଭାରତ ଶେଷ ଥର ପାଇଁ ପାକିସ୍ତାନକୁ ହରାଇଥିଲା।
ଏହାପୂର୍ବରୁ, ଟି-୨୦ ବିଶ୍ୱକପ ୨୦୨୧ରେ ଉଭୟ ଦଳ ଶେଷଥର ପାଇଁ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଏକାଠି ହୋଇଥିଲେ। ସେହି ମ୍ୟାଚରେ ପାକିସ୍ତାନ ଦଳ ଜିତିଥିଲା। ଏଭଳି ପରିସ୍ଥିତିରେ ଭାରତକୁ ସେହି ପରାଜୟର ପ୍ରତିଶୋଧ ନେବାକୁ ସୁଯୋଗ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri