Posted inଖେଳ

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ ପରାସ୍ତ କରିଛି। ଟାଇଟଲ୍ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ସମୀର ମିନହାସଙ୍କ ଏକ ଧମାକାଦାର ଶତକ ଯୋଗୁଁ ପାକିସ୍ତାନ ୩୪୭ ରନ କରିଥିଲା। ଜବାବରେ ଟିମ୍ ଇଣ୍ଡିଆ ମାତ୍ର ୧୫୬ ରନରେ ଅଲଆଉଟ୍ ହୋଇଯାଇଥିଲା। ବୈଭବ ସୂର୍ୟ୍ୟବଂଶୀ ଏବଂ ଆୟୁଷ ମହାତ୍ରେଙ୍କ ସମେତ ସମସ୍ତ ଷ୍ଟାର ଖେଳାଳି କୌଣସି ପ୍ରଭାବ ପକାଇପାରି ନଥିଲେ।
ଭାରତ ପକ୍ଷରୁ ବୈଭବ ସୂର୍ଯ୍ୟବଂଶୀ ୧୦ ବଲ୍‌ରେ ୨୬ ରନ କରି ଆଉଟ ହୋଇଥିଲେ। ଅଧିନାୟକ ଆୟୁଷ ମହାତ୍ରେ ମାତ୍ର ଦୁଇଟି ରନ କରିପାରିଥିଲେ। ୬ ଜଣ ଭାରତୀୟ ଖେଳାଳି ଦୁଇ ଅଙ୍କ ଛୁଇଁ ପାରି ନଥିଲେ। ୧୦ ନମ୍ବରରେ ବ୍ୟାଟିଂ କରୁଥିବା ଦୀପେଶ ଦେବେନ୍ଦ୍ରନ୍ ସର୍ବାଧିକ ୧୬ ବଲ୍‌ରେ ୩୬ ରନ କରି ରନ କରିଥିଲେ। ପାକିସ୍ତାନ ପକ୍ଷରୁ ଅଲି ରଜା ୪୨ ରନ ଦେଇ ୪ ୱିକେଟ୍ ନେଇଥିଲେ। ମହମ୍ମଦ ସୟାମ୍, ଅବଦୁଲ୍ ସୁଭାନ୍ ଏବଂ ହୁଜୈଫା ଏହସାନ୍ ପ୍ରତ୍ୟେକେ ଦୁଇଟି ୱିକେଟ୍ ନେଇଥିଲେ।
ପାକିସ୍ତାନ ଦ୍ୱାରା ଧାର୍ୟ୍ୟ ୩୪୮ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ଭାରତ ଭଲ ବ୍ୟାଟିଂ କରିପାରିନଥିଲା । ଭାରତ ତୃତୀୟ ଓଭରରେ ୩୨ ରନ ସ୍କୋରରେ ପ୍ରଥମ ୱିକେଟ ହରାଇଥିଲା। ଆୟୁଷ ମହାତ୍ରେ ସାତ ବଲରେ ଦୁଇ ରନ କରି ଆଉଟ ହୋଇଥିଲେ। ତା’ପରେ ଆରୋନ ଜର୍ଜ ନଅ ବଲରେ ୧୬ ରନ କରି ବିଦାୟ ନେଇଥିଲେ। ତା’ପରେ ବୈଭବ ସୂର୍ୟ୍ୟବଂଶୀ ୧୦ ବଲ୍ ରେ ୨୬ ରନ କରି ବିଦାୟ ନେଇଥିଲେ ।
ଭାରତୀୟ ଟପ୍-ଅର୍ଡର ବ୍ୟାଟସମ୍ୟାନଙ୍କ ମଧ୍ୟରୁ କୌଣସି ବି ସ୍ଥିର ବ୍ୟାଟିଂ କରିନଥିଲେ। ଦ୍ରୁତ ରନ ପିଛା କରି ସମସ୍ତେ ଆଉଟ ହୋଇଥିଲେ । ବେଦାନ୍ତ ତ୍ରିବେଦୀ ୧୪ ବଲ୍ ରେ ୯, ଅଭିଜ୍ଞାନ କୁଣ୍ଡୁ ୨୦ ବଲରେ ୧୩, କନିଷ୍କ ଚୌହାନ ୨୩ ବଲରେ ୯ ଏବଂ ଖିଲାନ ପଟେଲ ୨୩ ବଲରେ ୧୯ ରନ କରି ବିଦାୟ ନେଇଥିଲେ। ତା’ପରେ ହେନିଲ ପଟେଲ ୬ ଏବଂ ଦୀପେଶ ଦେବେନ୍ଦ୍ରନ ୩୬ ରନ କରି ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?