Posted inଖେଳ

IND vs PAK: ହଠାତ୍‌ ମଇଦାନ ବାହାରକୁ ଚାଲିଗଲେ ମହମ୍ମଦ ଶାମି, ଚିନ୍ତାରେ ପ୍ରଶଂସକ

ଦୁବାଇ,୨୩।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ-ପାକିସ୍ତାନ। ରବିବାର ଖେଳାଯାଉଥିବା ଏହି ମୁକାବିଲାରେ ମହମ୍ମଦ ଶାମି ହଠାତ୍‌ ମଇଦାନ ବାହାରକୁ ଚାଲିଯାଇଛନ୍ତି। ତାଙ୍କ ପାଦରେ କିଛି ସମସ୍ୟା ଥିବା ମନେ ହେଉଛି। ଏଣୁ ତାଙ୍କ ଆଘାତ ପୁନର୍ବାର ଦେଖାଦେଇଥାଇପାରେ ବୋଲି ଆଶଙ୍କା କରାଯାଉଛି, ଯାହାକି ଟିମ୍‌ ଇଣ୍ଡିଆ ପାଇଁ ଭଲ ଖବର ନୁହେଁ। ତାଙ୍କ ସ୍ଥାନରେ ଓ୍ବାଶିଂଟନ ସୁନ୍ଦର ମଇଦାନକୁ ଆସିଛନ୍ତି।
କହିରଖୁଛୁ, ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଟସ୍‌ରେ ପାକିସ୍ତାନ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହା ପରେ ଉଭୟ ଦଳର ଅଧିନାୟକ ସେମାନଙ୍କର ପ୍ଲେଇଂ ଇଲେଭେନ ଘୋଷଣା କରିଥିଲେ। ଭାରତୀୟ ଅଧିନାୟକ ରୋହିତ ଶର୍ମା ତାଙ୍କ ପ୍ଲେଇଂ ଇଲେଭେନରେ କୌଣସି ପରିବର୍ତ୍ତନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେହିଭଳି ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ ତାଙ୍କ ଦଳରେ ଗୋଟିଏ ପରିବର୍ତ୍ତନ ଘୋଷଣା କରିଛନ୍ତି। ଫଖର ଜମାନ ଆହତ ଥିବା ଯୋଗୁ ବାଦ ପଡ଼ିବା ପରେ ଇମାମ ଉଲ ହକଙ୍କୁ ପାକିସ୍ତାନ ଦଳରେ ନିଆଯାଇଛି।
ଏହା ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ଉଭୟଙ୍କ ଦ୍ୱିତୀୟ ମ୍ୟାଚ। ପାକିସ୍ତାନ ନ୍ୟୁଜିଲାଣ୍ଡ ବିପକ୍ଷରେ ତା’ର ପ୍ରଥମ ମ୍ୟାଚ୍‌ରେ  ୬୦ ରନ୍‌ରେ ପରାସ୍ତ ହୋଇଛି। ଅପରପକ୍ଷେ ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶକୁ ୬ ଉଇକେଟ୍‌ରେ ପରାସ୍ତ କରିଛି। ପ୍ରଥମ ମ୍ୟାଚ୍‌ ହାରିବା ପରେ ଭାରତ ବିପକ୍ଷ ମ୍ୟାଚ ପାକିସ୍ତାନ ପାଇଁ କର ବା ମର ପରିସ୍ଥିତି ସୃଷ୍ଟି କରିଛି। ଯଦି ପାକିସ୍ତାନ ଆଜି ହାରିଯାଏ, ତେବେ ଟୁର୍ନାମେଣ୍ଟରେ ଆଗକୁ ବଢ଼ିବାର ଦ୍ୱାର ଦଳ ପାଇଁ ବନ୍ଦ ହୋଇଯିବ। ସେହିଭଳି ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ ସେମିଫାଇନାଲରେ ନିଜର ସ୍ଥାନ ସୁରକ୍ଷିତ କରିବାକୁ ଚାହିଁବ।

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?