Posted inଖେଳ

IND vs PAK: ଦେଶ ପାଇଁ କିଛି ବି କରିପାରିବେ ଏହି ଭାରତୀୟ କ୍ରିକେଟର୍‌: ପ୍ରଶଂସାରେ ପୋତିପକାଇଲେ ରିକି ପଣ୍ଟିଂ

ଦୁବାଇ,୨୨।୨: ଭାରତ ଚାମ୍ପିଅନ୍ସ ଟ୍ରଫିରେ ବିଜୟ ସହିତ ତା’ର ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚ୍‌ରେ ଟିମ ଇଣ୍ଡିଆ ବାଂଲାଦେଶକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲଙ୍କ ଶତକ ବ୍ୟତୀତ, ମହମ୍ମଦ ଶାମିଙ୍କ ୫ଟି ଉଇକେଟ ନେଇଥିଲେ। ଶାମିଙ୍କ ଏହି ପ୍ରଦର୍ଶନ ସାରା ବିଶ୍ୱର ମହାନ କ୍ରିକେଟରଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସମସ୍ତେ ତାଙ୍କୁ ପ୍ରଶଂସା କରିଛନ୍ତି। ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ରିକି ପଣ୍ଟିଂ ମଧ୍ୟ ଶାମିଙ୍କ ଦୃଢ଼ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି।
ସେ କହିଛନ୍ତି, ଚାମ୍ପିଅନ୍ସ ଟ୍ରଫିର ଭାରତର ପ୍ରଥମ ମ୍ୟାଚ୍‌ରେ ତାଙ୍କର ୫ ଉଇକେଟ ଅକ୍ତିଆର ପ୍ରମାଣ କରୁଛି ଯେ ଆଘାତ ଯୋଗୁ ଦୀର୍ଘ ସମୟ ବାହାରେ ରହିବା ପରେ ସେ ସର୍ବୋ୍ରଷ୍ଠ ପ୍ରଦର୍ଶନ କରୁଛନ୍ତି। ଭାରତ ବାଂଲାଦେଶକୁ ୨୨୮ ରନରେ ଅଲଆଉଟ କରିବା ସହିତ ଶାମି ୫-୫୩ ରନରେ ଚମତ୍କାର ପ୍ରଦର୍ଶନ କରି ଆଇସିସି ଟୁର୍ନମେଣ୍ଟକୁ ଫେରିଥିଲେ। ଶାମି ସବୁଠାରୁ କମ ଇନିଂସରେ ୨୦୦ଟି ଦିନିକିଆ ଉଇକେଟ ନେବାରେ ଦ୍ୱିତୀୟ ଦ୍ରୁତତମ ଭାରତୀୟ ବୋଲର ମଧ୍ୟ ହୋଇଥିଲେ। ସେ ଏପରି ଖେଳାଳି ଦେଶ ପାଇଁ କିଛି ବି କରିପାରିବ। ଶାମି ମୋତେ ସବୁବେଳେ ଜଣେ ପ୍ରକୃତ ଖେଳାଳି ପରି ମନେହୁଏ।
ସୂଚନାଯୋଗ୍ୟ, ୨୦୨୩ ମସିହାରେ ଅଷ୍ଟ୍ରେଲିଆ ବିପକ୍ଷରେ ଏକଦିବସୀୟ ବିଶ୍ୱକପ ଫାଇନାଲ ସମୟରେ ଗୋଡ଼ରେ ଆଘାତ ଲାଗିବା କାରଣରୁ ଶାମି ୧୪ ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ବାହାରେ ଥିଲେ। ଆଘାତ ପାଇଁ ଅସ୍ତ୍ରୋପଚାର ଆବଶ୍ୟକ ଥିଲା ଏବଂ ତାଙ୍କ ବାମ ଆଣ୍ଠୁ ଫୁଲିଯିବା ଦ୍ୱାରା ତାଙ୍କର ଆରୋଗ୍ୟ ପ୍ରକ୍ରିୟା ଆହୁରି ବିଳମ୍ବିତ ହୋଇଥିଲା, ଯାହା ଫଳରେ ସେ ଗୋଟିଏ ବର୍ଷରୁ ଅଧିକ ସମୟ ପାଇଁ ଅନ୍ତର୍ଜାତୀୟ ଖେଳରୁ ଦୂରେଇ ରହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri