IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ ପଡିଥିବା ବେଳେ ଶେଷରେ ଧମାକାଦାର ବ୍ୟାଟିଂ କରିଥିଲେ ପାଣ୍ଡ୍ୟା । ନିୟମିତ ବ୍ୟବଧାନରେ ଓ୍ବିକେଟ ପଡିବାରୁ ଦଳ ସଙ୍କଟରେ ପଡିଥିବା ବେଳେ ଏକାକି ଛକା-ଚୌକା ବର୍ଷା କରିଥିଲେ ପାଣ୍ଡ୍ୟା । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଦକ୍ଷିଣ ଆଫ୍ରିକା । ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରିତ ହୋଇଥିବା ଭାରତ ନିର୍ଦ୍ଧାରିତ ଓଭରରେ ୬ ଓ୍ବିକେଟ ହରାଇ ସଂଗ୍ରହ କରିଛି ୧୭୫ ରନ୍ । ହାର୍ଦ୍ଦିକ ପାଣ୍ଡ୍ୟା ଶେଷରେ ଧମାକାଦାର ବ୍ୟାଟିଂ କରିବା ସହିତ ଦଳର ସ୍କୋରକୁ ମଜବୁତ ସ୍ଥିତିରେ ପହଞ୍ଚାଇଥିଲେ ।

ଶୁଭମନ ଗିଲ, ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏବଂ ଅଭିଷେକ ଶର୍ମା ମଧ୍ୟ ବଡ଼ ସ୍କୋର କରିପାରି ନାହାନ୍ତି। ଏହି ସମୟରେ, ଦକ୍ଷିଣ ଆଫ୍ରିକା ପାଇଁ ଲୁଙ୍ଗି ଏନଗିଡି ତିନି ଜଣ ଭାରତୀୟ ବ୍ୟାଟସମ୍ୟାନଙ୍କୁ ଆଉଟ କରି ବିପର୍ଯ୍ୟୟ ଘଟାଇଛନ୍ତି। ଦକ୍ଷିଣ ଆଫ୍ରିକା ପକ୍ଷରୁ ଲୁଙ୍ଗି ଏନଗିଡି ୪ ଓଭରରେ ୩୧ ରନ୍ ଦେଇ ସର୍ବାଧିକ ୩ଟି ଓ୍ବିକେଟ ନେଇଥିବା ବେଳେ ମାର୍କୋ ଜନସେନ ୪ ଓଭରରେ ୨୩ ରନ, ଲୁଥୋ ସିପାମ୍ଲା ୪ ଓଭରରେ ୩୮ ରନ ୨ଟି ଓ୍ବିକେଟ, ଏନରିଚ୍ ନୋର୍କିୟା ୪ ଓଭରାରେ ୪୧ ରନ, କେଶବ ମହାରାଜ ୨ ଓଭରରେ ୨୫ ରନ୍ ଏବଂ ଡୋନୋଭାନ୍ ଫେରେରିଆ ୨ ଓଭରରେ ୧୩ ରନ୍ ଦେଇ ଗୋଟିଏ ସଫଳା ପାଇଥିଲେ ।

ସାଧାରଣତଃ ଟିମ ଇଣ୍ଡିଆ ପାଇଁ ଦ୍ରୁତ ଆରମ୍ଭ ଯୋଗାଉଥିବା ଅଭିଷେକ ଶର୍ମା ୧୭ ରନ କରି ଆଉଟ ହୋଇଥିଲେ। ଦିନିକିଆ ସିରିଜ ହରାଇବା ପରେ ଫେରିଥିବା ଶୁଭମନ ଗିଲ ମାତ୍ର ଚାରି ରନ କରି ଖରାପ ପ୍ରଦର୍ଶନ କରିଥିଲେ। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଫ୍ଲପ ଶୋ ଜାରି ରହିଥିଲା। ସେ ଆସିବା ମାତ୍ରେ ଚୌକା ଏବଂ ଛକା ମାରି ଦର୍ଶକଙ୍କ ହୃଦୟ ଜିତିଥିଲେ, କିନ୍ତୁ ସେ ମଧ୍ୟ ମାତ୍ର ୧୨ ରନ କରିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri