Posted inଖେଳ

ଭାରତକୁ ବଡ଼ ଝଟକା: ରୋହିତଙ୍କ ପରେ ପାଭିଲିୟନ ଫେରିଲେ ଯଶସ୍ବୀ

ନୂଆଦିଲ୍ଲୀ,୩।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକାର ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ରାଞ୍ଚିରେ ଇନିଂସ ଓପନ କରିଥିବା ଯଶସ୍ବୀ ଜୟସ୍ବାଲ ଏବଂ ରୋହିତ ଶର୍ମା ଦ୍ୱିତୀୟ ମ୍ୟାଚରେ ଇନିଂସ ଓପନ କରିବାକୁ ମଇଦାନକୁ ଓହ୍ଲାଇଥିଲେ। ପାୱାରପ୍ଲେରେ ହିଁ ଭାରତକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବ ମ୍ୟାଚରେ ଅର୍ଦ୍ଧଶତକ ହାସଲ କରିଥିବା ରୋହିତ ଶର୍ମା ୮ ବଲ୍‌ରେ ୧୪ ରନ କରି ବିଦାୟ ନେଇଥିଲେ। ପଞ୍ଚମ ଓଭରର ପଞ୍ଚମ ବଲ୍‌ରେ ନାଣ୍ଡ୍ରେ ବର୍ଗରଙ୍କ ଦ୍ୱାରା ସେ ଆଉଟ ହୋଇଥିଲେ। ଆଉଟ ହେବା ପୂର୍ବରୁ, ରୋହିତ ସେହି ଓଭରର ପ୍ରଥମ ତିନୋଟି ବଲ୍‌ରେ ଲଗାତାର ଚୌକା ମାରିଥିଲେ। ତାଙ୍କ ଆଉଟ ହେବା ପରେ, ବିରାଟ କୋହଲି ଯଶସ୍ବୀ ଜୟସ୍ବାଲଙ୍କ ସହିତ ଯୋଗଦେବା ପାଇଁ କ୍ରିଜ୍‌କୁ ଆସିଥିଲେ। ହେଲେ ଇଣ୍ଡିଆର ଦ୍ୱିତୀୟ ଉଇକେଟ୍‌ ପଡ଼ିଛି। ରୋହିତଙ୍କ ପରେ ଯଶସ୍ବୀ ଜୟସୱାଲ ମଧ୍ୟ ପାଭିଲିୟନ ଫେରିଯାଇଛନ୍ତି। ଯଶସ୍ବୀ ୩୮ବଲରୁ ୨୨ରନ କରିଥିଲେ, ଯେଉଁଥିରେ ଦୁଇଟି ଚୌକା ଏବଂ ଗୋଟିଏ ଛକା ସାମିଲ ଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri