Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ସମୟରେ ସନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୪।୧୨: ୧୨୦ଟି ଆଇପିଏଲ ମ୍ୟାଚ, ୨୬ଟି ODI ଏବଂ ୮ଟି ଟି-୨୦ ଅନ୍ତର୍ଜାତୀୟ ଖେଳିଥିବା ଦ୍ରୁତ ବୋଲର ମୋହିତ ଶର୍ମା ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ୩୭ ବର୍ଷୀୟ ଏହି ଦ୍ରୁତ ବୋଲର ଶେଷ ଥର ପାଇଁ ଦେଶ ପାଇଁ ୧୦ ବର୍ଷ ପୂର୍ବେ ୨୦୧୫ରେ ଖେଳିଥିଲେ। IPLରେ ୧୩୪ଟି ଉଇକେଟ୍‌ ନେଇଥିବା ମୋହିତ ଶର୍ମା ODIରେ ୩୧ଟି ଏବଂ ଟି-୨୦ ଅନ୍ତର୍ଜାତୀୟରେ ୬ଟି ଉଇକେଟ୍‌ ନେଇଥିଲେ।

ମୋହିତ ଶର୍ମା ସୋସିଆଲ ମିଡିଆରେ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ଲେଖିଛନ୍ତି, ଆଜି ମୁଁ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରୁଛି। ସେ ହରିଆଣା ପାଇଁ ହେଉ କି ଦେଶ ପାଇଁ କିମ୍ବା IPL ପାଇଁ ହେଉ ଏହି ଯାତ୍ରା ମୋ ପାଇଁ ଏକ ଆଶୀର୍ବାଦ ହୋଇଛି। ମୋ କ୍ୟାରିୟରର ମେରୁଦଣ୍ଡ ହୋଇଥିବାରୁ ହରିୟାଣା କ୍ରିକେଟ ଆସୋସିଏଶନକୁ ବହୁତ ବହୁତ ଧନ୍ୟବାଦ। ମୁଁ ଅନିରୁଦ୍ଧ ସାର୍‌ଙ୍କୁ ମଧ୍ୟ ହୃଦୟରୁ ଧନ୍ୟବାଦ ଜଣାଉଛି। ସେ ମୋ ପାଇଁ ଯାହା କରିଛନ୍ତି ତାହା ଶବ୍ଦରେ ପ୍ରକାଶ କରାଯାଇପାରିବ ନାହିଁ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri