Posted inଖେଳ

ଟେଷ୍ଟରେ ଶୁବମାନ ଗିଲ୍‌ଙ୍କ ପ୍ରଦର୍ଶନ ବଢାଇପାରେ ଟିମ ଇଣ୍ଡିଆର ଟେନସନ୍‌

ନୂଆଦିଲ୍ଲୀ,୨୯।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଛି। ଏହି ମ୍ୟାଚରେ ଶୁବମାନ ଗିଲ କିଛି ବିଶେଷ ପ୍ରଦର୍ଶନ କରିପାରି ନାହାନ୍ତି। ପ୍ରଥମ ଇନିଂସରେ ୨ ରନ୍‌ ଏବଂ ଦ୍ୱିତୀୟ ଇନିଂସରେ ୨୬ ରନ୍‌ ସ୍କୋର କରିବା ପରେ ଶୁବମାନ ଆଉଟ ହୋଇଥିଲେ। ଟେଷ୍ଟ ଫର୍ମାଟରେ ତାଙ୍କର ପ୍ରଦର୍ଶନ ଟିମ ଇଣ୍ଡିଆର ଚିନ୍ତା ବଢାଇପାରେ । ଚଳିତ ବର୍ଷ ଗିଲ ମାତ୍ର ଗୋଟିଏ ଶତକ କରିଛନ୍ତି। ଅବଶିଷ୍ଟ ମ୍ୟାଚରେ ସେ ଅର୍ଦ୍ଧଶତକ ମଧ୍ୟ କରିପାରି ନାହାନ୍ତି।

ଶୁବମାନ ଏ ପର୍ଯ୍ୟନ୍ତ ମୋଟ ୧୯ ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ଏହି ସମୟରେ ସେ ୯୯୪ରନ ସ୍କୋର କରିଛନ୍ତି। ଗିଲ ୨ ଶତକ ଏବଂ ୪ ଅର୍ଦ୍ଧଶତକ ହାସଲ କରିଛନ୍ତି । ଟେଷ୍ଟରେ ତାଙ୍କର ସର୍ବୋତ୍ତମ ସ୍କୋର ୧୩୮ ହୋଇଛି। ଗତ ଦୁଇ ବର୍ଷ ମଧ୍ୟରେ ଗିଲ ଟେଷ୍ଟ ଫର୍ମାଟରେ କିଛି ଖାସ୍‌ କରିପାରିନାହାନ୍ତି। ସେ ଚଳିତ ବର୍ଷ ୬ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ଏହି ସମୟରେ ସେ ଗୋଟିଏ ଇନିଂସରେ ଶତକ ହାସଲ କରିଥିଲେ। ଅବଶିଷ୍ଟ ମ୍ୟାଚ ଇନିଂସରେ ସେ ଅର୍ଦ୍ଧଶତକ ହାସଲ କରିପାରି ନ ଥିଲେ। ସେହିପରି ଗିଲ ୨୦୨୨ରେ ଦୁଇଟି ଟେଷ୍ଟ ମ୍ୟାଚ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ଗୋଟିଏ ଶତକ ହାସଲ କରି ଅବଶିଷ୍ଟ ଇନିଂସରେ ଫ୍ଲପ କରିଥିଲେ।

ଚଳିତ ବର୍ଷ ଅଷ୍ଟ୍ରେଲିଆ ବିପକ୍ଷରେ ଶୁବମାନ ତାଙ୍କର ପ୍ରଥମ ଟେଷ୍ଟ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚର ପ୍ରଥମ ଇନିଂସରେ ୨୧ ରନ୍‌ ଏବଂ ଦ୍ୱିତୀୟ ଇନିଂସରେ ୫ ରନ ସ୍କୋର କରିଥିଲେ। ଏହା ପରେ ଅହମ୍ମଦାବାଦରେ ଅଷ୍ଟ୍ରେଲିଆ ବିପକ୍ଷରେ ଦ୍ୱିତୀୟ ମ୍ୟାଚ ଖେଳାଯାଇଥିଲା। ସେ ଏହି ମ୍ୟାଚର ଗୋଟିଏ ଇନିଂସରେ ୧୨୮ ରନ୍‌ ସଂଗ୍ରହ କରିଥିଲେ। ଜୁନରେ ଓଭାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ଶୁବମାନ ଏକ ମ୍ୟାଚ ଖେଳିଥିଲେ। ସେ ଏହି ମ୍ୟାଚର ପ୍ରଥମ ଇନିଂସରେ ୧୩ ରନ୍‌ ଏବଂ ଦ୍ୱିତୀୟ ଇନିଂସରେ ୧୮ ରନ୍‌ ସଂଗ୍ରହ କରିଥିଲେ। ଏହା ପରେ ସେ ୱେଷ୍ଟଇଣ୍ଡିଜ ବିପକ୍ଷରେ ୬ ଏବଂ ୧୦ ରନ୍‌ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri