Posted inଖେଳ

ଟି-୨୦ରେ ଯାହା କରିପାରିଲେନି କ୍ରିସ ଗେଲ୍‌, ତାହା କରିଦେଖାଇବେ ରୋହିତ ଶର୍ମା !

ନୂଆଦିଲ୍ଲୀ,୨୨।୨: ଭାରତର ତାରକା ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂ ପାଇଁ ସାରା ବିଶ୍ୱରେ ଜଣାଶୁଣା। ସେ ଦୁନିଆର ପ୍ରତ୍ୟେକ ମଇଦାନରେ ରନ୍‌ ସ୍କୋର କରିଛନ୍ତି। ନିକଟରେ ତାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ଦିନିକିଆ ଏବଂ ଟି-୨୦ ସିରିଜରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏବେ ସମସ୍ତଙ୍କ ଆଖି ଫେବୃୟାରୀ ୨୪ରୁ ଆରମ୍ଭ ହେବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ସିରିଜ ଉପରେ ଅଛି। ଏହି ସିରିଜରେ ଯଦି ଅଧିନାୟକ ରୋହିତ ଶର୍ମାଙ୍କ ବ୍ୟାଟ୍‌ ଚାଲେ ତେବେ ସେ ଅନେକ ରେକର୍ଡ ନିଜ ନାମରେ କରିବେ।

ଏଯାବତ ରୋହିତ ୧୫୪ ଛକା ମାରିଛନ୍ତି। ଯଦି ସେ ଆଉ ୧୨ଟି ଛକା ମାରିବାରେ ସଫଳ ହୁଅନ୍ତି ତେବେ ସେ ନ୍ୟୁଜିଲାଣ୍ଡର ମାର୍ଟିନ ଗୁପ୍‌ଟିଲଙ୍କୁ ଟପିଯିବେ। ଫଳରେ ସେ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଛକା ମାରିଥିବା ବ୍ୟାଟ୍ସମ୍ୟାନ ପାଲଟିବେ।
ସେହିଭଳି ଶ୍ରୀଲଙ୍କା ବିପକ୍ଷ ସିରିଜରେ ରୋହିତ ଆଉ ୩୭ ରନ୍‌ କଲେ ସେ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍‌ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ୍‌ ପାଲଟିବେ। ଏବେ ତାଙ୍କଠାରୁ ଆଗରେ ଭାରତର ସୁପରଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ମାର୍ଟିନ ଅଛନ୍ତି।

କିଛି ଏପରି ଅଛି ରେକର୍ଡ:

ଟି-୨୦ ଫର୍ମାଟରେ ସର୍ବାଧିକ ରନ୍‌:
ମାର୍ଟିନ ଗୁପ୍‌ଟିଲ: ୧୧୨ ମ୍ୟାଚ୍‌, ୩୨୯୯ ରନ୍‌
ବିରାଟ କୋହଲି: ୯୭ ମ୍ୟାଚ୍‌, ୩୨୯୬ ରନ୍‌
ରୋହିତ ଶର୍ମା: ୧୨୨ ମ୍ୟାଚ୍‌, ୩୨୬୩ ରନ୍‌

ଟି-୨୦ ଫର୍ମାଟରେ ଅଧିକାଂଶ ଛକା:
ମାର୍ଟିନ: ୧୧୨ ମ୍ୟାଚ୍‌, ୧୬୫ ଛକା
ରୋହିତ: ୧୨୨ ମ୍ୟାଚ୍‌, ୧୫୪ ଛକା
କ୍ରିସ୍‌ଗେଲ(ଓ୍ବେଷ୍ଟଇଣ୍ଡିଜ୍‌): ୭୯ ମ୍ୟାଚ୍‌, ୧୨୪ ଛକା
ଇଏନ ମୋର୍ଗାନ(ଇଂଲଣ୍ଡ)-୧୧୫ ମ୍ୟାଚ୍‌, ୧୨୦ ଛକା


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri