Posted inଖେଳ

ଟି-୨୦ରେ ଯାହା କରିପାରିଲେନି କ୍ରିସ ଗେଲ୍‌, ତାହା କରିଦେଖାଇବେ ରୋହିତ ଶର୍ମା !

ନୂଆଦିଲ୍ଲୀ,୨୨।୨: ଭାରତର ତାରକା ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ନିଜର ବିସ୍ଫୋରକ ବ୍ୟାଟିଂ ପାଇଁ ସାରା ବିଶ୍ୱରେ ଜଣାଶୁଣା। ସେ ଦୁନିଆର ପ୍ରତ୍ୟେକ ମଇଦାନରେ ରନ୍‌ ସ୍କୋର କରିଛନ୍ତି। ନିକଟରେ ତାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ଦିନିକିଆ ଏବଂ ଟି-୨୦ ସିରିଜରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏବେ ସମସ୍ତଙ୍କ ଆଖି ଫେବୃୟାରୀ ୨୪ରୁ ଆରମ୍ଭ ହେବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ସିରିଜ ଉପରେ ଅଛି। ଏହି ସିରିଜରେ ଯଦି ଅଧିନାୟକ ରୋହିତ ଶର୍ମାଙ୍କ ବ୍ୟାଟ୍‌ ଚାଲେ ତେବେ ସେ ଅନେକ ରେକର୍ଡ ନିଜ ନାମରେ କରିବେ।

ଏଯାବତ ରୋହିତ ୧୫୪ ଛକା ମାରିଛନ୍ତି। ଯଦି ସେ ଆଉ ୧୨ଟି ଛକା ମାରିବାରେ ସଫଳ ହୁଅନ୍ତି ତେବେ ସେ ନ୍ୟୁଜିଲାଣ୍ଡର ମାର୍ଟିନ ଗୁପ୍‌ଟିଲଙ୍କୁ ଟପିଯିବେ। ଫଳରେ ସେ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଛକା ମାରିଥିବା ବ୍ୟାଟ୍ସମ୍ୟାନ ପାଲଟିବେ।
ସେହିଭଳି ଶ୍ରୀଲଙ୍କା ବିପକ୍ଷ ସିରିଜରେ ରୋହିତ ଆଉ ୩୭ ରନ୍‌ କଲେ ସେ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍‌ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ୍‌ ପାଲଟିବେ। ଏବେ ତାଙ୍କଠାରୁ ଆଗରେ ଭାରତର ସୁପରଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ମାର୍ଟିନ ଅଛନ୍ତି।

କିଛି ଏପରି ଅଛି ରେକର୍ଡ:

ଟି-୨୦ ଫର୍ମାଟରେ ସର୍ବାଧିକ ରନ୍‌:
ମାର୍ଟିନ ଗୁପ୍‌ଟିଲ: ୧୧୨ ମ୍ୟାଚ୍‌, ୩୨୯୯ ରନ୍‌
ବିରାଟ କୋହଲି: ୯୭ ମ୍ୟାଚ୍‌, ୩୨୯୬ ରନ୍‌
ରୋହିତ ଶର୍ମା: ୧୨୨ ମ୍ୟାଚ୍‌, ୩୨୬୩ ରନ୍‌

ଟି-୨୦ ଫର୍ମାଟରେ ଅଧିକାଂଶ ଛକା:
ମାର୍ଟିନ: ୧୧୨ ମ୍ୟାଚ୍‌, ୧୬୫ ଛକା
ରୋହିତ: ୧୨୨ ମ୍ୟାଚ୍‌, ୧୫୪ ଛକା
କ୍ରିସ୍‌ଗେଲ(ଓ୍ବେଷ୍ଟଇଣ୍ଡିଜ୍‌): ୭୯ ମ୍ୟାଚ୍‌, ୧୨୪ ଛକା
ଇଏନ ମୋର୍ଗାନ(ଇଂଲଣ୍ଡ)-୧୧୫ ମ୍ୟାଚ୍‌, ୧୨୦ ଛକା


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri