Posted inଖେଳ

ଚମକପ୍ରଦ ବିଜୟ ହାସଲ କଲା ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌,୨୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଭାରତ ୨ ଉଇକେଟରେ ଜିତିଥିଲା। ଏହି ବିଜୟ ସହିତ ଏହି ସିରିଜ ଭାରତ ହାତେଇଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ କ୍ରମାଗତ ୧୨ଟି ସିରିଜ ଜିତିବାର ରେକର୍ଡ ମଧ୍ୟ ଭାରତ ନାଁରେ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୩୧୧ ରନ ସଂଗ୍ରହ କରିଥିଲା। ସଞ୍ଜୁ ସାମସନ ଏବଂ ଶ୍ରେୟାସ ଆୟାରଙ୍କ ଅର୍ଦ୍ଧଶତକ ପରେ ଅକ୍ଷର ପଟେଲଙ୍କ ଅପରାଜିତ ୬୪ ସହାୟତାରେ ଟିମ ଇଣ୍ଡିଆ ୪୯.୪ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। ଏହା ସହ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଭାରତୀୟ ଦଳ ୨-୦ ଅଗ୍ରଣୀ ହାସଲ କରିଛି। କ୍ରମାଗତ ଦ୍ୱାଦଶ ସିରିଜରେ ଭାରତୀୟ ଦଳ କାରିବିଆନ ଦଳକୁ ପରାସ୍ତ କରିଛି। ୩୫ ବଲରୁ ଅପରାଜିତ ୬୪ ରନ କରିଥିବା ଅକ୍ଷର ପଟେଲଙ୍କୁ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ କରାଯାଇଥିଲା। ଅକ୍ଷରଙ୍କ ବ୍ୟତୀତ ଶ୍ରେୟସ ଆୟାର ୬୩ ଏବଂ ସଞ୍ଜୁ ସାମସନ ୫୪ ରନ ସ୍କୋର କରିଥିଲେ।
କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଶତକ ହାସଲ କରିଥିଲେ ଓ୍ବେଷ୍ଟଇଣ୍ଡିଜର ଶାଇ ହୋପ୍‌। ଫଳରେ ଓ୍ବେଷ୍ଟଇଣ୍ଡିଜ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୬ ଉଇକେଟ ହରାଇ ୩୧୧ ରନ କରିଥିଲା। ନିଜ ଶତକ ମ୍ୟାଚରେ ହୋପ୍‌ ୧୧୫ (୧୩୫ ବଲ, ୮ ଚୌକା, ୩ ଛକା) ରନ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୧୦ମ ଖେଳାଳିଭାବେ ସେ ୧୦୦ତମ ମ୍ୟାଚରେ ଶତକ ହାସଲ କରିଥିଲେ। ତାଙ୍କ ପୂର୍ବରୁ ଗର୍ଡନ ଗ୍ରିନିଜ, କ୍ରିସ୍‌ କେନର୍‌ସ, ମହମ୍ମଦ ୟୁସୁଫ, କୁମାର ସଙ୍ଗକାରା, କ୍ରିସ୍‌ ଗେଲ୍‌, ମାର୍କୁସ ଟ୍ରେସ୍କୋଥିକ୍‌, ରାମନରେଶ ସରଓ୍ବନ, ଡେଭିଡ ଓ୍ବାର୍ନର ଓ ଶିଖର ଧାଓ୍ବନ ଏହି କ୍ଲବର ସଦସ୍ୟ ଥିଲେ। ଏଠାରେ ହୋପ୍‌ଙ୍କ ସ୍ମରଣୀୟ ଇନିଂସ ବ୍ୟତୀତ ଅଧିନାୟକ ନିକୋଲସ ପୁରନ ୭୪ (୭୭ ବଲ, ୧ ଚୌକା, ୬ ଛକା) ରନର ଇନିଂସ ଖେଳିଥିଲେ। କାଏଲ ମେୟର୍ସ ୩୯ ଓ ଶାମରା ବ୍ରୁକ୍ସ ୩୫ ରନ କରିଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ଶାର୍ଦ୍ଦୂଳ ଠାକୁର ୩ଟି ଏବଂ ଦୀପକ ହୁଦା, ଅକ୍ଷର ପଟେଲ ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri