Posted inଖେଳ

ଇତିହାସ ରଚିଲା ଭାରତ: ପ୍ରଥମ ଦଳ ଭାବେ…

ଲଡରହିଲ୍‌,୮।୮: ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ମ୍ୟାଚ ସିରିଜରେ ଭାରତ ୱେଷ୍ଟଇଣ୍ଡିଜକୁ ୪-୧ରେ ପରାସ୍ତ କରିଛି। ପଞ୍ଚମ ମ୍ୟାଚରେ ରୋହିତ ଶର୍ମା, ରିଷଭ ପନ୍ତ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ପରି ଶକ୍ତିଶାଳୀ ବ୍ୟାଟ୍ସମ୍ୟାନ ବିଶ୍ରାମ ନେଇଥିଲେ। ଏହା ସତ୍ତ୍ୱେ ଭାରତ ୮୮ ରନ୍‌ରେ ମ୍ୟାଚ ଜିତିଥିଲା। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରିଥିଲା। ଏହି ମ୍ୟାଚ୍‌ରେ ଭାରତୀୟ ସ୍ପିନରମାନେ ଚମତ୍କାର ଖେଳ ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିଥିଲେ।
ୱେଷ୍ଟଇଣ୍ଡିଜ ବିପକ୍ଷ ପଞ୍ଚମ ଟି-୨୦ ମ୍ୟାଚରେ ସମସ୍ତ ୧୦ ଉଇକେଟ ସ୍ପିନରମାନେ ନେଇଥିଲେ। ରବି ବିଷ୍ଣୋଇ, ଅକ୍ଷର ପଟେଲ ଏବଂ କୁଲଦୀପ ଯାଦବ ସମସ୍ତ ଉଇକେଟ୍‌ ନେଇ ଭାରତର ବିଜୟର ହିରୋ ଥିଲେ। ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ବିପକ୍ଷ ଦଳର ସମସ୍ତ ଉଇକେଟ୍‌ କେବଳ ସ୍ପିନରମାନେ ନେଇଥିଲେ।
ପଞ୍ଚମ ଟି-୨୦ ମ୍ୟାଚରେ ଅକ୍ଷର ପଟେଲ ୩ ଓଭରରେ ୧୫ ରନ ଦେଇ ୩ ଉଇକେଟ ନେଇଥିଲେ। ରବି ବିଷ୍ଣୋଇ ୨.୪ ଓଭରରେ ୧୬ ରନ ଦେଇ ୪ ଉଇକେଟ ନେଇଥିଲେ। ସେହିପରି କୁଲଦୀପ ଯାଦବ ୪ ଓଭରରେ ୧୨ ରନ୍‌ ଦେଇ ୩ ଉଇକେଟ୍‌ ନେଇଥିଲେ।
ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୮୮ ରନ୍‌ କରିଥିଲା। ଏହାର ଜବାବରେ ୱେଷ୍ଟଇଣ୍ଡିଜ ମାତ୍ର ୧୦୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri