Posted inଖେଳ

ଅନ୍ତର୍ଜାତୀୟ କ୍ରିକେଟରେ ସ୍ବତନ୍ତ୍ର ଉପଲବ୍ଧି ହାସଲ କଲେ ଅଶ୍ୱିନ

ଡୋମିନିକା,୧୩।୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ରବିଚନ୍ଦ୍ରନ ଅଶ୍ୱିନ ଏକ ସ୍ବତନ୍ତ୍ର ଉପଲବ୍ଧି ହାସଲ କରିଛନ୍ତି। ଅଶ୍ୱିନ ଅଲଜାରୀ ଜୋସେଫଙ୍କୁ ଆଉଟ୍‌ କରି ଅନ୍ତର୍ଜାତୀୟ କ୍ୟାରିୟରର ୭୦୦ ଉଇକେଟ ପୂରଣ କରିଛନ୍ତି। ଏହି ମ୍ୟାଚ୍‌ ପୂର୍ବରୁ ତାଙ୍କୁ ଏହି ଉପଲବ୍ଧି ହାସଲ କରିବାକୁ ୩ ଉଇକେଟର ଆବଶ୍ୟକତା ଥିଲା। ସେହିଭଳି ସେ ସର୍ବାଧିକ ଅନ୍ତର୍ଜାତୀୟ ଉଇକେଟ ନେବା ମାମଲାରେ ସେ ଦକ୍ଷିଣ ଆଫ୍ରିକାର ମହାନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କୁ ପଛରେ ପକାଇଛନ୍ତି। ଷ୍ଟେନଙ୍କ ନାମରେ ୬୯୯ ଅନ୍ତର୍ଜାତୀୟ ଉଇକେଟ ରହିଛି।
୭୦୦ରୁ ଅଧିକ ଉଇକେଟ ନେବା ମାମଲାରେ ଅଶ୍ୱିନ ତୃତୀୟ ଭାରତୀୟ ବୋଲର ପାଲଟିଛନ୍ତି। ଏହି ତାଲିକାରେ ଶୀର୍ଷରେ ଅନିଲ କୁମ୍ବଲେ ଅଛନ୍ତି। ତାଙ୍କ ନାମରେ ୯୫୬ ଉଇକେଟ ରହିଛି। ଦ୍ୱିତୀୟ ସ୍ଥାନରେ ହରଭଜନ ସିଂ(୭୧୧ ଉଇକେଟ) ରହିଛନ୍ତି। ବିଶ୍ୱ କ୍ରିକେଟ ବିଷୟରେ କଥା ହେଲେ ସର୍ବାଧିକ ଉଇକେଟ ନେବା ମାମଲାରେ ଅଶ୍ୱିନ ୧୬ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri