Posted inଖେଳ

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ୱେଷ୍ଟଇଣ୍ଡିଜ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୯୫ ରନ୍‌ କରିଛି। ଫଳରେ ଭାରତ ଆଗରେ ୧୯୬ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ୱେଷ୍ଟଇଣ୍ଡିଜ। ଏହି ମ୍ୟାଚ୍‌ର ବିଜେତା ଦଳ ସେମିଫାଇନାଲକୁ ଯୋଗ୍ୟତା ହାସଲ କରିବ। ଉଲ୍ଲେଖଯୋଗ୍ୟ ଯେ, ଟି୨୦ ବିଶ୍ୱକପ୍‌ ଇତିହାସରେ ଭାରତ କଦାପି ୧୮୦ରୁ ଅଧିକ ରନର ପିଛା କରି ମ୍ୟାଚ୍‌ ଜିତିନାହିଁ।

ୱେଷ୍ଟଇଣ୍ଡିଜ୍‌ର ଶାଇ ହୋପ ଓ ରୋଷ୍ଟନ ଚେଜ ପ୍ରଥମ ଉଇକେଟରେ ୮.୫ ଓଭରରେ ୬୮ ରନ କରିଥିଲେ। ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ୯ମ ଓଭରରେ ହୋପ(୩୨ ରନ, ୩ ଚୌକା ଓ ୧ ଛକା)ଙ୍କୁ କ୍ଲିନ ବୋଲ୍ଡ କରି ଭାରତକୁ ବ୍ରେକଥ୍ରୁ ଆଣି ଦେଇଥିଲେ। ଏହାପରେ ୧୨ତମ ଓଭରରେ ଯଶପ୍ରୀତ ବୁମରା ବିସ୍ଫୋରକ ବ୍ୟାଟିଂ କରୁଥିବା ଶିମରନ ହେଟମେୟର (୧୨ ବଲ ୨୭ ରନ, ୧ ଚୌକା ଓ ୨ ଛକା) ଓ ଚେଜ (୪୦ ରନ, ୫ ଚୌକା ଓ ୧ ଛକା)ଙ୍କୁ ପାଭିଲିଅନ ପଠାଇଥିଲେ।

ଶେରଫେନ ରଦରଫୋର୍ଡ (୧୪) ଫେଲ ମାରିଥିଲେ। ଶେଷ ଆଡ଼କୁ ରବମାନ ପାଓ୍ବେଲ ଓ ଜାସନ ହୋଲ୍ଡର ବିସ୍ଫୋରକ ବ୍ୟାଟିଂ କରି ପଞ୍ଚମ ଉଇକେଟରେ ୩୫ ବଲରେ ୭୬ ରନ କରି ଦଳକୁ ଭଲ ଫିନିଶିଂ ପ୍ରଦାନ କରିଥିଲେ। ଫଳରେ ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୪ ଉଇକେଟ ହରାଇ ୧୯୫ ରନ କରିଥିଲା।

ପାଓ୍ବେଲ ୧୯ ବଲରେ ୩୪ (୩ ଚୌକା ଓ ୨ ଛକା) ଓ ହୋଲ୍ଡର ୨୨ ବଲରେ ୩୭ (୨ ଚୌକା ଓ ୩ ଛକା) ରନ କରି ଅପରାଜିତ ଥିଲେ। ଭାରତ ପାଇଁ ବୁମରା ଦୁଇଟି ଉଇକେଟ ନେଇଥିବା ବେଳେ ବରୁଣ ଚକ୍ରବର୍ତ୍ତୀ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?