Posted inଖେଳ

ସୂର୍ଯ୍ୟକୁମାରଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ ଆଓ୍ବାର୍ଡ

ଗୁଏନା,୯।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଦିନିକିଆ ସିରିଜରେ ସୂର୍ଯ୍ୟକୁମାର ଯାଦବ ବିଶେଷ କିଛି କରିପାରି ନଥିଲେ। ସେ ଟି-୨୦ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ମଧ୍ୟ ଫ୍ଲପ ହୋଇଥିଲେ। କିନ୍ତୁ ତୃତୀୟ ମ୍ୟାଚରେ ସୂର୍ଯ୍ୟ ଏକ ଚମତ୍କାର ପ୍ରଦର୍ଶନ ସହ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୮୩ ରନରେ ଚମତ୍କାର ଇନିଂସ ଖେଳି ଭାରତର ବିଜୟରେ ସୂର୍ଯ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ଟିମ ଇଣ୍ଡିଆ ୭ଉଇକେଟ୍‌ରେ ବିଜୟ ହାସଲ କରିଛି।

ମ୍ୟାଚ ପରେ ସୁର୍ଯ୍ୟକୁମାର ଇନିଂସ ବିଷୟରେ କହିଛନ୍ତି, ଯେତେବେଳେ ମୁଁ ପାୱାର ପ୍ଲେରେ ବ୍ୟାଟିଂ କରିବାକୁ ପହଞ୍ଚିଲି ଏହା ମୋ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। ଟିମ୍‌ ମ୍ୟାନେଜ୍‌ମେଣ୍ଟ ମଧ୍ୟ ସମାନ ଚାହୁଁଥିଲା। ମୁଁ ଅନେକ ରେମ୍ପ ଏବଂ ସ୍କୁପ ସଟ ଅଭ୍ୟାସ କରିଛି ଏବଂ ମୁଁ ଏହାକୁ ମଧ୍ୟ ଖେଳିବାକୁ ପସନ୍ଦ କରେ। ତିଳକଙ୍କୁ ସୂଚାଇ ସୂର୍ଯ୍ୟ କହିଛନ୍ତି, ଆମେ ଦୁହେଁ ଦୀର୍ଘ ସମୟ ଧରି ଏକାଠି ବ୍ୟାଟିଂ କରିଛୁ। ଆମେ ଦୁହେଁ ପରସ୍ପରର ବ୍ୟାଟିଂ ଶୈଳୀ ଜାଣୁ। ଏହା ଆମର ଆତ୍ମବିଶ୍ୱାସ ବଢାଇଥାଏ। ତିଲକ ଏକ ଚମତ୍କାର ଇନିଂସ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri