Posted inTrending, ଖେଳ

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୨୯୬ ରନ୍‌ର ଟାର୍ଗେଟ୍ ରଖିଥିଲା। ଭାରତ ୮ ୱିକେଟ୍ ବାକି ଥାଇ ବାଜି ମାରିନେଇଛି । ଏହି ବିଜୟ ସହ ୩ ମ୍ୟାଚ୍‌ର ସିରିଜ୍‌ରେ ଭାରତ ୧-୦ରେ ଆଗୁଆ ହୋଇଛି । ଭାରତର ବିଜୟର ମୁଖ୍ୟ ନାୟକ ଥିଲେ ବିରାଟ କୋହଲି । ସେ ଅପରାଜିତ ୧୩୯ ରନ୍‌ର ଚମତ୍କାର ଇନିଂସ ଖେଳି ଦଳକୁ ବିଜୟୀ କରାଇଥିଲେ । ଅଧିନାୟକ ଶୁଭମନ ଗିଲ୍‌ ମଧ୍ୟ ଶତକ ମାରିଥିଲେ।

ୱେଷ୍ଟଇଣ୍ଡିଜ ବିପକ୍ଷରେ ଏହି ଶତକୀୟ ଇନିଂସ ସମୟରେ ବିରାଟ କୋହଲି ଏକାଧିକ ରେକର୍ଡ ନିଜ ନାଁରେ କରିଛନ୍ତି । ୫୯ ରନ୍ କରିବା ସମୟରେ ସେ ODI କ୍ୟାରିୟରରେ ୧୫ ହଜାର ରନ୍ ପୂରଣ କରିଛନ୍ତି । ୧୫ ହଜାର ODI ରନ୍ କରିବାରେ ସେ ସଚିନ ତେନ୍ଦୁଲକରଙ୍କ ପରେ ବିଶ୍ୱର ଦ୍ୱିତୀୟ ବ୍ୟାଟର୍ ହୋଇଛନ୍ତି। ଏହା ସହ ଗୋଟିଏ ଦେଶରେ ସବୁଠାରୁ ଅଧିକ ODI ରନ୍ କରିବାର ରେକର୍ଡ ମଧ୍ୟ କୋହଲି ନିଜ ନାଁରେ କରିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ୱେଷ୍ଟଇଣ୍ଡିଜର ଓପନର୍ ଜନ୍ କ୍ୟାମ୍ପବେଲ୍ ଓ ଜଷ୍ଟିନ୍ ଗ୍ରୀଭ୍ସ ଭଲ ପ୍ରଦର୍ଶନ କରିଥିଲେ ।

କ୍ୟାମ୍ପବେଲ୍ ୬୦ ବଲ୍‌ରେ ୬୨ ରନ୍ କରିଥିବା ବେଳେ ଗ୍ରୀଭ୍ସ ୧୦୮ ବଲ୍‌ରେ ୧୦୧ ରନ୍ କରିଥିଲେ। ଏହା ଗ୍ରୀଭ୍ସଙ୍କ କ୍ୟାରିୟରର ପ୍ରଥମ ODI ଶତକ । ତାଙ୍କ ଇନିଂସରେ ୧୨ଟି ଚୌକା ସାମିଲ ଥିଲା। ଉଭୟ ଓପନର୍‌ଙ୍କୁ କୁଲଦୀପ ଯାଦବ ଆଉଟ୍ କରିଥିଲେ। ପରେ କିସି କାର୍ଟି ୧୩ ଓ ଅଧିନାୟକ ଶାଇ ହୋପ୍ ୧୨ ରନ୍‌ରେ ଆଉଟ୍ ହୋଇଥିଲେ। ଶେଷ ଆଡ଼କୁ ଅମୀର ଜାଙ୍ଗୁ ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ହାସଲ କରି ୱେଷ୍ଟଇଣ୍ଡିଜର ସ୍କୋରକୁ ୩୦୦ ରନ୍‌ର ନିକଟତର କରିଥିଲେ। ସେ ୪୩ ବଲ୍‌ରେ ୭ ଚୌକା ଓ ୧ ଛକା ସହ ଅପରାଜିତ ୫୮ ରନ୍ କରିଥିଲେ।

ଭାରତ ପକ୍ଷରୁ କୁଲଦୀପ ଯାଦବ ସବୁଠାରୁ ସଫଳ ବୋଲର୍ ଥିଲେ। ସେ ୧୦ ଓଭରରେ ୪୦ ରନ୍ ଦେଇ ୪ଟି ୱିକେଟ୍ ନେଇଥିଲେ। ପ୍ରସିଦ୍ଧ କୃଷ୍ଣା ୧୦ ଓଭରରେ ୬୨ ରନ୍ ଦେଇ ୨ଟି ୱିକେଟ୍ ହାସଲ କରିଥିଲେ। ନୀତୀଶ କୁମାର ରେଡ୍ଡୀ ୫ ଓଭରରେ ୪୫ ରନ୍ ଦେଇ ଗୋଟିଏ ୱିକେଟ୍ ନେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?