Posted inଖେଳ

ଆଜି ଭାରତ-ଜିମ୍ବାୱେ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଲାଯିବ। ଏହି ସିରିଜରେ ଲୋକେଶ ରାହୁଲ ଭାରତୀୟ ଦଳର ଅଧିନାୟକ ଅଛନ୍ତି। ଦୀର୍ଘ ଦିନ ପରେ ରାହୁଲ ଆହତରୁ ଦଳକୁ ଫେରିଛନ୍ତି। ତାଙ୍କ ବ୍ୟତୀତ ଦୀପକ ଚହର ମଧ୍ୟ କିଛି ମାସ ପରେ କ୍ରିକେଟ ପଡ଼ିଆକୁ ଫେରୁଛନ୍ତି। ସମସ୍ତ ନଜର ଏହି ଦୁଇ ଖେଳାଳିଙ୍କ ଉପରେ ରହିବ। ଏହା ବ୍ୟତୀତ ଅନେକ ଯୁବ ଖେଳାଳିଙ୍କୁ ମଧ୍ୟ ଏହି ସିରିଜରେ ସୁଯୋଗ ଦିଆଯାଇଛି।
ନିକଟରେ ଜିମ୍ବାୱେ ଦଳ ବାଂଲାଦେଶ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରି ଦିନିକିଆ-ଟି୨୦ ସିରିଜ ଜିତିଥିଲା। ଏଭଳି ପରିସ୍ଥିତିରେ ଦୁଇ ଦଳ ମଧ୍ୟରେ ଏକ ରୋମାଞ୍ଚକର ମ୍ୟାଚ ଆଶା କରାଯାଉଛି।

ଭାରତ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ହରାରେର ସୁପର ସ୍ପୋର୍ଟସ କ୍ଲବ ଗ୍ରାଉଣ୍ଡରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ରାତି ୧୨.୪୫ରୁ ଖେଳାଯିବ। ଏହି ସିରିଜ ସୋନି ସ୍ପୋର୍ଟସ ନେଟୱାର୍କରେ ବିଭିନ୍ନ ଭାଷାରେ ଦେଖିପାରିବେ। ମ୍ୟାଚ୍‌ର ଲାଇଭ ଷ୍ଟ୍ରିମିଂ ସୋନି ଲିଭ୍‌ ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚ ଡିଡି ସ୍ପୋର୍ଟସ ଚ୍ୟାନେଲରେ ପ୍ରସାରିତ ହେବ। ଡିଡି ସ୍ପୋର୍ଟସ ଚ୍ୟାନେଲ ପାଇଁ କୌଣସି ଦେୟ ନାହିଁ।

ଭାରତର ସମ୍ଭାବ୍ୟ ଦଳ
ଶୁଭମାନ ଗିଲ, ଶିଖର ଧାୱନ, ରାହୁଲ ତ୍ରିପାଠୀ, କେ.ଏଲ ରାହୁଲ, ସଞ୍ଜୁ ସାମସନ, ଦୀପକ ହୁଡା, ଅକ୍ଷର ପଟେଲ, ଶାର୍ଦ୍ଦୁଲ ଠାକୁର, କୁଲଦୀପ ଯାଦବ, ଶାହବାଜ ଅହମ୍ମଦ, ଆବେଶ ଖାନ, ମହମ୍ମଦ ସିରାଜ, ଦୀପକ ଚହର।

ଜିମ୍ବାୱେର ସମ୍ଭାବ୍ୟ ଦଳ
ତାଡିୱାନେସ ମାରୁମାନି, ଟକୁଡଜୱାନେସ କୌଟାନୋ, ଇନୋସେଣ୍ଟ କାୟା, ୱେସଲି ମାଡେଭେରେ, ସିକନ୍ଦର ରଜା, ରେଗିସ ଚକବାୱା (ଅଧିନାୟକ), ଟନି ମୁନିଙ୍ଗା, ଲୁକ ଜୋଙ୍ଗୱେ, ବ୍ରାଡ ଇଭାନ୍ସ, ଭିକ୍ଟର ନିୟୁଚି, ତାନାକା ଚିୱାଙ୍ଗା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?