ଓକିଲଙ୍କ ବଡ଼ ଖୁଲାସା, ପୀତବାସଙ୍କ ସିକ୍ରେଟ୍‌ ଚାମ୍ବରରେ ଥିଲା ବିକ୍ରମ ପଣ୍ଡାଙ୍କ ଆପତ୍ତିଜନକ ଫଟୋ!

ଵ୍ରହ୍ମପୁର,୧୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ଘଟଣା ପଛର ରହସ୍ୟ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଦିନ ଗଡୁଥିବା ବେଳେ ହତ୍ୟାର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରି ନାହିଁ ।  ହତ୍ୟା ପଛରେ ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ରହିଥ‌ିବା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସମୟରେ ଦର୍ଶାଇଥିଲା। ତେବେ ଚାର୍ଜସିଟ୍‌ରେ  ତାଙ୍କ ହତ୍ୟା ସମ୍ପର୍କରେ ଭିନ୍ନ ଟିଷ୍ଟ୍ ରହିଛି ।

ଓକିଲ ଦୀପକ ପଟ୍ଟନାୟକ କହିଛନ୍ତି ଯେ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ କିଛି ଆପରିଜନକ ଫଟୋ ପୀତବାସ ରଖି ସର୍ବଜନୀନ କରିବାକୁ ପରୋକ୍ଷରେ ଧମକାଉଥିଲେ । ତେଣୁ ଏହି କାରଣରୁ ମଧ୍ୟ ତାଙ୍କୁ ହତ୍ୟା କରିବାକୁ ଯୋଜନା ହୋଇଥିବା ପୋଲିସ ଚାର୍ଜସିଟ୍‌ରେ ଦର୍ଶାଇଛି । ପୋଲିସ ତଦନ୍ତ  ଅନୁସାରେ ପୀତବାସ ପଣ୍ଡାଙ୍କ ଗୋଟିଏ ପେନ୍‌ଡ୍ରାଇଭ୍ ମିଳିଥିଲା । ସେହି ପେନ୍‌ ଡ୍ରାଇଭରେ କିଛି ଆପଭିଜନକ ଫଟୋ ଥିଲା। ସେହି ପଟୋ ସର୍ବସାଧାରଣ କରିବାକୁ ପୀତବାସ ପଣ୍ଡା ଧମକ ଦେଉଥିଲେ ବୋଲି ପୋଲିସ ଚାର୍ଜସିଟ୍‌ରେ ଉଲ୍ଲେଖ କରିଛି।

ସେପଟେ ପୀତବାସଙ୍କ ସ୍ତ୍ରୀ ପୋଲିସ ନିକଟରେ ଦେଇଥିବା ବୟାନ ଅନୁସାରେ ପୀତବାସଙ୍କ ପଇତାରେ ଲାଗିଥିବା ଗୋଟିଏ ଚାବି ପୋଲିସ ଦେଇଥିଲା । ସେହି ଚାବି ପୀତବାସ ପୀତବାସଙ୍କ ଆଲମାରୀର ସିକ୍ରେଟ୍ ଚାମ୍ବରର ଥିଲା। ସିକ୍ରେଟ୍ ଚାମ୍ବର ଖୋଲି ତାହାର ତଲାସି ନେବା ସମୟରେ ଗୋଟିଏ ଲଫାଫା ଭିତରେ ବିକ୍ରମଙ୍କର ଚାରୋଟି ଆପଭିଜନକ ଫଟୋ ସହ ଏକ ପେନ୍‌ଡ୍ରାଇଭ୍ ମିଳିଥିଲା। ତେବେ ଓକିଲଙ୍କ ବୟାନ ପରେ ଚର୍ଚ୍ଚା ପୁଣି ବଢ଼ିବାରେ ଲାଗିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri