ରେଭେନ୍‌ଶା କ୍ୟାମ୍ପସରେ ଯୁବତୀଯୁବକଙ୍କ ଅସଂଯତ ଭିଡିଓ ଭାଇରାଲ

କଟକ ଅଫିସ,୨ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଅସଂଯତ ଅବସ୍ଥାରେ ଯୁବତୀଯୁବକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ସେମାନେ ଅଧ୍ୟୟନରତ ଛାତ୍ରୀଛାତ୍ର କି ବାହାର ପିଲା ତାହା ସ୍ପଷ୍ଟ ହୋଇପାରି ନାହିଁ। ରେଭେନ୍‌ଶାରେ ଅଣଛାତ୍ର ପ୍ରବେଶକୁ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏହାସତ୍ତ୍ୱେ ଏବେ ଅଣଛାତ୍ରଙ୍କ ପ୍ରବେଶ ବିଭିନ୍ନ ସମୟରେ ଦେଖିବାକୁ ମିଳୁଛି। ଉତ୍ତମ ଶିକ୍ଷା ବ୍ୟବସ୍ଥାକୁ ନେଇ ସୁନାମ ଅର୍ଜନ କରିଥିବା ରେଭେନ୍‌ଶା ଏଭଳି କିଛି ଘଟଣାକୁ ନେଇ ଏବେ ସମାଲୋଚନାର ଶରବ୍ୟ ପାଲଟିଛି। ଏ ସଂକ୍ରାନ୍ତରେ ବିଶ୍ୱବିଦ୍ୟାଳୟର ମିଡିିଆ ସେଲ୍‌ ଅଧ୍ୟକ୍ଷ ଧର୍ମବ୍ରତ ମହାପାତ୍ରଙ୍କୁ ପଚାରିବାରୁ ଏଭଳି ଘଟଣା ତାଙ୍କ ନଜରକୁ ଆସିନାହିଁ ବୋଲି କହିଛନ୍ତି। ଯଦି ଘଟଣାର ସତ୍ୟତା ଥିବା ଜଣାପଡିବ, ତାହେଲେ ଏହା ଏକ ନିନ୍ଦନୀୟ ଘଟଣା। ବିଶ୍ୱବିଦ୍ୟାଳୟରେ ନିୟମିତ ସମୟ ବ୍ୟବଧାନରେ ସୁରକ୍ଷା କର୍ମୀମାନେ କ୍ୟାମ୍ପସ ବୁଲି ଯାଞ୍ଚ କରୁଛନ୍ତି। ତେଣୁ ଏଭଳି ଘଟଣା ଯଦି ଘଟିଥିବ ଯାଞ୍ଚ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri