କିଏ, କଉଁଠି କରିବେ ପତାକା ଉତ୍ତୋଳନ, ଜାଣନ୍ତୁ…

ଭୁବନେଶ୍ୱର,୧୧।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।

ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଉତ୍ତୋଳନ କରିବେ ବୋଲି ଜଣାପଡିଛି। ସେହିପରି ନୂଆପଡ଼ାରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି କଟକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ। କଳାହାଣ୍ଡିରେ ମନ୍ତ୍ରୀ ସୁରେଶ ପୂଜାରୀ ପତାକା ଉତ୍ତେଜନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସୁନ୍ଦରଗଡ଼ରେ ରବି ନାରାୟଣ ନାଏକ ପତାକା ଉତ୍ତେଜନ କରିବେ।

ସେହିପରି କୋରାପୁଟରେ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଗଞ୍ଜାମରେ ପୃଥ୍ବୀରାଜ ହରିଚନ୍ଦନ, ବରଗଡ଼ରେ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୂତି ଭୂଷଣ ଜେନା, ବାଲେଶ୍ୱରରେ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗୀରରେ ଗଣେଶ ରାମସିଂ ଖୁଣ୍ଟିଆ, ମାଲକାନଗିରିରେ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ପ୍ରଦୀପ ବଳସାମନ୍ତ, କନ୍ଧମାଳରେ ଗୋକୁଳାନନ୍ଦ ମଲ୍ଲିକ, ରାୟଗଡ଼ାରେ ସମ୍ପଦ ଚନ୍ଦ୍ର ସ୍ବାଇଁ ପ୍ରମୁଖ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri