କଟକଣା ମଧ୍ୟରେ ପାଟଣାରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ କୋଭିଡ୍‌ କଟକଣା ମଧ୍ୟରେ ରବିବାର ୭୫ ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟାଳୟସ୍ଥିତ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଚେୟାରମ୍ୟାନ ବିଶ୍ୱନାଥ ନାଏକ ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ତହସିଲଦାର ତାପସ ରଞ୍ଜନ ଦେହୁରୀ, ବିଇଓ ପୂର୍ଣ୍ଣଚନ୍ଦ୍ର ଅମାତ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଦ୍ୟାଧର ଦାଶ,ସାମାଜିକ କର୍ମୀ ପ୍ରମୋଦ କୁମାର ଭଞ୍ଜ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥ ସାରଥୀ ବେଜ ଓ କମଳାକାନ୍ତ ପତି ସଂଯୋଜନା କରିଥିଲେ। ତହସିଲରେ ତହସିଲଦାର ତାପସ ରଞ୍ଜନ ଦେହୁରୀ, ବ୍ଲକ କାର୍ଯ୍ୟାଳୟରେ ବିଧାୟକ ଜଗନ୍ନାଥ ନାଏକ,ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା .ଶୁଭେନ୍ଦୁ ସାଗର କୁମାର ନାଏକ, ପାଟଣା ଥାନାରେ ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ ପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ସାହୁ , ପାଟଣା ପ୍ରେସ୍‌ କ୍ଲବରେ ରାହସ ବିହାରୀ ପୃଷ୍ଟି,ମୁକ୍ତିତୀର୍ଥ କ୍ଲବ ସ୍ବାମରେ ଶ୍ରୀନିବାଶ ଶତପଥୀ ଅଗ୍ନିଶମ କାର୍ଯ୍ୟାଳୟରେ ମନୋରଞ୍ଜନ ମହନ୍ତ ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ। ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri