କଟକଣା ମଧ୍ୟରେ ପାଟଣାରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ କୋଭିଡ୍‌ କଟକଣା ମଧ୍ୟରେ ରବିବାର ୭୫ ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟାଳୟସ୍ଥିତ ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ଚେୟାରମ୍ୟାନ ବିଶ୍ୱନାଥ ନାଏକ ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ତହସିଲଦାର ତାପସ ରଞ୍ଜନ ଦେହୁରୀ, ବିଇଓ ପୂର୍ଣ୍ଣଚନ୍ଦ୍ର ଅମାତ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଦ୍ୟାଧର ଦାଶ,ସାମାଜିକ କର୍ମୀ ପ୍ରମୋଦ କୁମାର ଭଞ୍ଜ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥ ସାରଥୀ ବେଜ ଓ କମଳାକାନ୍ତ ପତି ସଂଯୋଜନା କରିଥିଲେ। ତହସିଲରେ ତହସିଲଦାର ତାପସ ରଞ୍ଜନ ଦେହୁରୀ, ବ୍ଲକ କାର୍ଯ୍ୟାଳୟରେ ବିଧାୟକ ଜଗନ୍ନାଥ ନାଏକ,ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡା .ଶୁଭେନ୍ଦୁ ସାଗର କୁମାର ନାଏକ, ପାଟଣା ଥାନାରେ ଥାନାଧିକାରୀ ରାଜେନ୍ଦ୍ର ସ୍ବାଇଁ ପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର ସାହୁ , ପାଟଣା ପ୍ରେସ୍‌ କ୍ଲବରେ ରାହସ ବିହାରୀ ପୃଷ୍ଟି,ମୁକ୍ତିତୀର୍ଥ କ୍ଲବ ସ୍ବାମରେ ଶ୍ରୀନିବାଶ ଶତପଥୀ ଅଗ୍ନିଶମ କାର୍ଯ୍ୟାଳୟରେ ମନୋରଞ୍ଜନ ମହନ୍ତ ପ୍ରମୁଖ ପତାକା ଉତ୍ତୋଳନ କରିଥିଲେ। ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri