ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ପରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଏହାପରେ ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ପକ୍ଷରୁ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ବିଭାଗ ଅଧିକାରୀ ସନ୍ତୋଷ କୁମାର ନାୟକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ସେହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଅଧ୍ୟାପକ-ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଅଧ୍ୟକ୍ଷ ଡଃ ଦିଲ୍ଲୀପ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ଭଞ୍ଜନଗର ସହରର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ମଧ୍ୟ ଦେଶାତ୍ମବୋଧର ଭାବନା ସହ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri