କର୍ଲାମୁଣ୍ଡାର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୭୯ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ ଆୟୋଜିତ ବ୍ଲକସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏଥିରେ ସମ୍ମାନିତ ଅତିଥି ଭାବେ ବିଡିଓ ଦେବେନ୍ଦ୍ର ସାମଲ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ତହସିଲଦାର ଅରୁଣ ବର୍ଗେ, ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସିଡିପିଓ କଳ୍ପଲତା ତ୍ରିପାଠୀ, ଜିପିଡିଓ ସ୍ବାଗତ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ। ବ୍ଲକ ସଦର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାରା ପରେଡ୍‌ କାର୍ଯ୍ୟକ୍ରମକୁ ଅବସରପ୍ରାପ୍ତ ଖେଳଶିକ୍ଷକ ବେଣୁଧର ନାଗ ପରିଚାଳନା କରିଥିଲେ। ସଭା କାର୍ଯ୍ୟ ତଥା ପୁରସ୍କାର ବିତରଣ ସଭାରେ ଅବସରପ୍ରାପ୍ତ ଶିକ୍ଷକ ମାର୍କଣ୍ଡ ପାଢ଼ୀ, ପବିତ୍ର ମୋହନ ପାଶା, ଭାରପ୍ରାପ୍ତ ବିଏସ୍‌ଏସ ଓ ପ୍ରଦୀପ କୁମାର ମାଝୀ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଗୁରୁଜୀ ଚନ୍ଦ୍ରଶେଖର ଥନାପତି ପ୍ରମୁଖ ପରିଚାଳନା କରିଥିଲେ। କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ତେବେ ତହସିଲ ଅଫିସରେ ତହସିଲଦାର ଅରୁଣ ବର୍ଗେ, ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲରେ ଅବସରପ୍ରାପ୍ତ ଶିକ୍ଷକ ମାର୍କଣ୍ଡ ପାଢ଼ୀ, ନୋଡାଲ ପ୍ରାଥମିକ ବିଦ୍ୟାଳୟଠାରେ ସମାଜସେବୀ ଦୀନବନ୍ଧୁ ସାହୁ, କୃଷି କାର୍ଯ୍ୟାଳୟରେ ଭିଏଡ୍‌ବ୍ଲ୍ୟୁ ସନ୍ତୋସିନୀ ବରାହ ଥାରେ ସବ୍‌ଇନ୍ସପେକ୍ଟର ଥବୀର ବରିହା, କର୍ଲାମୁଣ୍ଡା ସଚେତନ ନାଗରିକ କମିଟି ପକ୍ଷରୁ ଦଶରଥ ସାହୁ, ଆଇସିଡିଏସ୍‌ କାର୍ଯ୍ୟାଳୟରେ ସିଡିଫିଓ କଳ୍ପଲତା ତ୍ରିପାଠୀ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri