Posted inଜାତୀୟ

ଦିଲ୍ଲୀ-ନଏଡା ସୀମାରେ ଟ୍ରାଫିକ୍‌ ଜାମ୍‌: ଘଣ୍ଟା ଘଣ୍ଟା ଧରି ଅଟକି ରହିଲା ହଜାର ହଜାର ଗାଡ଼ି

ନୂଆଦିଲ୍ଲୀ,୧୩।୮: ସ୍ବାଧୀନତା ଦିବସ ଆଉ ଗୋଟିଏ ଦିନ ବାକି ରହିଲା। ଏହାପୂର୍ବରୁ ଦିଲ୍ଲୀର ପ୍ରତ୍ୟେକ ଗଳିକନ୍ଦିରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇଦିଆଯାଇଛି। ସ୍ବାଧୀନତା ଦିବସ କାର୍ଯ୍ୟକ୍ରମର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଫୁଲ୍‌ ଡ୍ରେସ ରିହର୍ସଲ ଅନୁଷ୍ଠିତ ହୋଇଥିଲା। ଏଥିଯୋଗୁ ଦିଲ୍ଲୀର ଅନେକ ଅଞ୍ଚଳର ରାସ୍ତାଘାଟ ବନ୍ଦ ରହିଥିବା ବେଳେ ପ୍ରବଳ ଜାମ୍‌ ଦେଖିବାକୁ ମିଳିଛି। ଫଳରେ ଟ୍ରାଫିକ୍‌ ମାର୍ଗକୁ ପରିବର୍ତ୍ତନ କରାଯାଇଥିଲା। ରିହର୍ସଲ ଯୋଗୁ ଦିଲ୍ଲୀର ଅନେକ ଅଞ୍ଚଳରେ ଟ୍ରାଫିକ୍‌ ଜାମ୍‌ ରହିଥିବା ବେଳେ ଦିଲ୍ଲୀ-ନୋଏଡା ସୀମାରେ ହଜାର ହଜାର ଗାଡ଼ିମଟର ଅଟକି ରହିଥିବା ନଜର ଆସିଛି। ସୂଚନା ମୁତାବକ ସ୍ବାଧୀନତା ଦିବସରେ କୌଣସି ଅଘଟଣ ନ ଘଟୁ ସେଥିପାଇଁ ଦିଲ୍ଲୀ ପୋଲିସ ପକ୍ଷରୁ ସୀମାରେ କଡ଼ା ଯାଞ୍ଚ କରାଯାଇଛି। ଫଳରେ ଦିଲ୍ଲୀରୁ ଆସୁଥିବା ଓ ଦିଲ୍ଲୀରୁ ଯାଉଥିବା ଗାଡ଼ିଗୁଡ଼ିକର ଯାଞ୍ଚ ଯୋଗୁ ଲମ୍ବା ଧାଡ଼ି ଲାଗିଯାଇଥିଲା। କେବଳ ସେତିକି ନୁହେଁ ଚିଲା ସୀମାରୁ ମହାମାୟା ଫ୍ଲାଏ ଓଭର ପର୍ଯ୍ୟନ୍ତ ଏକପ୍ରକାର ଟ୍ରାଫିକ୍‌ ଜାମ୍‌ ହୋଇଥିଲା। ଏହାପରେ ଟ୍ରାଫିକ ଡିସିପି ଓ ଅନ୍ୟ ପୋଲିସ ଅଧିକାରୀମାନେ ରାସ୍ତା ଜାମ୍‌ ହଟାଇବାକୁ ଚେଷ୍ଟା କରିଥିଲେ। ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀ-ନୋଏଡାର ବଡ଼ ସୀମାରେ ଭାରିଯାନର ପ୍ରବେଶକୁ ବନ୍ଦ କରାଯାଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ଏନେଇ ଏକ ଆଡଭାଇଜରୀ ଜାରି କରାଯାଇଥିଲା। ଏଥିରେ ଲାଲ କିଲ୍ଲା ଏବଂ ଆଖପାଖ ଅଞ୍ଚଳଗୁଡ଼ିକ ସକାଳ ୪ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏଥିସହ ଅଗଷ୍ଟ ୧୫ ପର୍ଯ୍ୟନ୍ତ ଏହା ଲାଗୁ ରହିବ ବୋଲି ସେଥିରେ ଉଲ୍ଲେଖ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri