Posted inଜାତୀୟ

ସ୍ବାଧୀନତା ଦିବସ: ବିଦେଶରୁ ଅଭିନନ୍ଦନର ସୁଅ…

ନୂଆଦିର୍ଲ୍ଲୀ,୧୫।୮ : ଭାରତ ଚଳିତ ବର୍ଷ ଏହାର ୭୭ ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଶମ ଥର ପାଇଁ ଲାଲ କିଲ୍ଲାରୁ ସମ୍ବୋଧିତ କରିଛନ୍ତି। ସ୍ବାଧୀନତା ଦିବସ ଅବସରରେ ବିଦେଶରୁ ଅଭିନନ୍ଦନର ସୁଅ ଛୁଟିବାର ଲାଗିଛି। ଫ୍ରାନ୍ସ , ରୁଷିଆ, ଅଷ୍ଟ୍ରେଲିଆ, ନେପାଳ ସମେତ ଅନେକ ଦେଶର ନେତା ଅଭିନନ୍ଦନ ଜଣାଇଛନ୍ତି।

ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ସୋସିଆଲ ମିଡିଆରେ ନିଜର ଏବଂ ପିଏମ ମୋଦିଙ୍କ ଏକ ଫଟୋ ଶେୟାର କରିଛନ୍ତି। ସ୍ବାଧୀନତା ଦିବସରେ ସେ ଭାରତୀୟ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଏକ ମାସ ପୂର୍ବରୁ ପ୍ୟାରିସରେ ମୋର ବନ୍ଧୁ ନରେନ୍ଦ୍ର ମୋଦି ଏବଂ ମୁଁ ୨୦୪୭ ବର୍ଷ ପାଇଁ ଭାରତ ସ୍ବାଧୀନତାର ଶତବାର୍ଷିକୀ ପାଇଁ ନୂତନ ଇଣ୍ଡୋ-ଫରାସୀ ଅଭିଳାଷ ସ୍ଥିର କରିଛୁ। ଭାରତ ସବୁବେଳେ ଫ୍ରାନ୍ସକୁ ଏକ ନିର୍ଭରଯୋଗ୍ୟ ବନ୍ଧୁ ଏବଂ ସାଥୀ ଭାବରେ ଭରସା କରିଥାଏ।

ଏଥି ସହ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଆପଣଙ୍କ ଦେଶ ଅର୍ଥନୈତିକ, ବୈଜ୍ଞାନିକ ଏବଂ ବୈଷୟିକ, ସାମାଜିକ ତଥା ଅନ୍ୟାନ୍ୟ କ୍ଷେତ୍ରରେ ବିଶ୍ୱସ୍ତରରେ ସଫଳତା ହାସଲ କରିଛି। ବିଶ୍ୱ ମଞ୍ଚରେ ଭାରତ ସମ୍ମାନିତ ଏବଂ ଅନ୍ତର୍ଜାତୀୟ କାର୍ଯ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଗଠନମୂଳକ ଭୂମିକା ଗ୍ରହଣ କରୁଛି।

ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ ମଧ୍ୟ ସ୍ବାଧୀନତା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତର ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହେର୍ଜୋଗ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଭାରତର ସମସ୍ତ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଏହିପରି ଭାବରେ ଆମର ବନ୍ଧୁତା ଏବଂ ସହଯୋଗ ଅଧିକ ଶକ୍ତିଶାଳୀ ଏବଂ ସମୃଦ୍ଧ ହେଉ।

ଭାରତରେ ଥିବା ଅଷ୍ଟ୍ରେଲିୟା ହାଇ କମିଶନ ସମସ୍ତ ଭାରତୀୟଙ୍କୁ ସ୍ବାଧୀନତା ଦିବସ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଧ୍ୟ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି। ଏହାପୂର୍ବରୁ ହାଇ କମିଶନଙ୍କ ସହକର୍ମୀମାନେ ଭାରତର ତ୍ରିରଙ୍ଗା ଭଳି ପୋଷାକ ପିନ୍ଧିଥିବାର ନଜର ଆସିଥିଲେ। ସେମାନେ ତ୍ରିରଙ୍ଗା ଥିମ ଅଷ୍ଟ୍ରେଲିୟ ରୋଷେଇ ସହିତ ସକାଳର ଚା ଉପଭୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri