ଭଞ୍ଜନଗର ଉପଖଣ୍ଡରେ ସ୍ବାଧୀନତା ଦିବସ

ଭଞ୍ଜନଗର,୧୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିରାଡମ୍ବର ଭାବେ ସ୍ଥାନୀୟ ଜେଲ ପଡ଼ିଆରେ ରବିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ କେବଳ ପୋଲିସ କର୍ମଚାରୀ ପରେଡ କରିଥିଲେ। କୋଭିଡ୍‌ ସମୟରେ ଉଲ୍ଲେଖନୀୟ ସେବାପାଇଁ ଉପଖଣ୍ଡର ବିଭିନ୍ନ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ପରିଚାଳନାରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝି, ଶୁଳପାଣି ଶତପଥୀ ପ୍ରମୁଖ ସହଯୋଗ କରିଥିଲେ। ଏହା ପରେ ଚିଦାନନ୍ଦ କୁଷ୍ଟାଶ୍ରମ, ଭଞ୍ଜନଗର ସହରର ବିଭିନ୍ନ ସ୍ଥାନରେ ଚାରାରୋପଣ କରାଯାଇଥିଲା। ସେହିଭଳି ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଡ.ସୁବାସ ଚନ୍ଦ୍ର ପ୍ରଧାନ, ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଡ.ଜୟରାମ ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri