Indian flag waving in blue sky
ଭଞ୍ଜନଗର,୧୫ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିରାଡମ୍ବର ଭାବେ ସ୍ଥାନୀୟ ଜେଲ ପଡ଼ିଆରେ ରବିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ କେବଳ ପୋଲିସ କର୍ମଚାରୀ ପରେଡ କରିଥିଲେ। କୋଭିଡ୍ ସମୟରେ ଉଲ୍ଲେଖନୀୟ ସେବାପାଇଁ ଉପଖଣ୍ଡର ବିଭିନ୍ନ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ପରିଚାଳନାରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକୀର ମୋହନ ମାଝି, ଶୁଳପାଣି ଶତପଥୀ ପ୍ରମୁଖ ସହଯୋଗ କରିଥିଲେ। ଏହା ପରେ ଚିଦାନନ୍ଦ କୁଷ୍ଟାଶ୍ରମ, ଭଞ୍ଜନଗର ସହରର ବିଭିନ୍ନ ସ୍ଥାନରେ ଚାରାରୋପଣ କରାଯାଇଥିଲା। ସେହିଭଳି ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଡ.ସୁବାସ ଚନ୍ଦ୍ର ପ୍ରଧାନ, ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଡ.ଜୟରାମ ସେନାପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।