ବୌଦ୍ଧରେ ସ୍ବାଧୀନତା ଦିବସ

ବୌଦ୍ଧ,୧୫ା୮(ସ୍ବ.ପ୍ର.): ବୌଦ୍ଧରେ ସୋମବାର ୭୬ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବୌଦ୍ଧ କଚେରୀ ପଡ଼ିଆଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲାପାଳ ସତ୍ୟରଞ୍ଜନ ସାହୁ ଯୋଗଦେଇ ଜାତୀୟ ପତାକା ଉାତ୍ତୋଳନ କରିବା ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଥିଲେ। ଉତ୍ସବରେ ଅନ୍ୟତମ ଅତିଥି ଭାବରେ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ସହାଇ ମିନା ଯୋଗଦେଇଥିଲେ। ଏହି ଅବସରରେ ଆଇଆର୍‌ବି ୫ମ ବାଟାଲିୟନ, ଜିଲା ପୋଲିସ ଯବାନମାନେ ଅଂଶଗ୍ରହଣ କରି ଜାତୀୟ ପତାକାକୁ ଅଭିବାଦନ ଜଣାଇଥିଲେ। ରିଜର୍ଭ ଇନ୍ସପେକ୍ଟର ମଧୁସୂଦନ ମହାପାତ୍ର ନେତୃତ୍ୱ ନେଇଥିଲେ। ପ୍ରତ୍ୟୁଷରେ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୂନ ପ୍ରଚାର କରାଯିବା ପରେ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ତାମିଲନାଡୁରେ ନିର୍ଯାତିତ ହେଉଥିଲେ ୩ ଓଡ଼ିଆ ଶ୍ରମିକ, ଉଦ୍ଧାର କଲା ଦିଗପହଣ୍ଡି ପୋଲିସ ଟିମ୍‌ 

ଦିଗପହଣ୍ଡି,୧୦ା୨(ଅଶେଷ ନାଥ ମିଶ୍ର)-ସୁଦୂର ତାମିଲନାଡୁ ତିରିପୁର ଜିଲା ପଙ୍ଗାଲୁ ଗ୍ରାମ ନିକଟ ଏକ ପାଣି ବୋର୍‌ ୱେଲ୍‌ ଗ୍ୟାରେଜର ଏକ ଘର ମଧ୍ୟରୁ ମଙ୍ଗଳବାର ସକାଳେ ଦିଗପହଣ୍ଡି…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri