ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ

ମୋରଡା,୧୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ବ୍ଲକର ଚିତ୍ରଡାସ୍ଥିତ ବ୍ଲକ କାର୍ଯ୍ୟାଳୟ, ଚିତ୍ରଡା ମହାବିଦ୍ୟାଳୟ, ପୋଷ୍ଟ ଅଫିସ, ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟ, ମୋରଡାସ୍ଥିତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ବାଧୀନତା ଦିବସ ପାଳନ କରାଯାଇଛି l ବ୍ଲକର ଚିତ୍ରଡାସ୍ଥିତ ଅଗ୍ରଣୀ କୋଚିଂ ସେଣ୍ଟର ରୁରାଲ ଏକାଡେମୀରେ ଧୁମଧାମରେ ସ୍ବାଧୀନତା ଦିବସ ପାଳନ ହୋଇଥିଲା l ଏକାଡେମୀର ପ୍ରତିଷ୍ଠାତା ତଥା ଅଧ୍ୟାପକ ସ୍ମାରକ ମାଜୀ ପତାକା ଉତ୍ତୋଳନ କରିବା ପରେ ଉପସ୍ଥିତ ସମସ୍ତ ଅଧ୍ୟାପକ, ଅଧ୍ୟାପିକ ଏବଂ ଛାତ୍ରଛାତ୍ରୀଙ୍କ ଦ୍ୱାରା ଜାତୀୟ ସଂଗୀତ ଗାନ କରାଯାଇଥିଲା l
ପରେ ପରେ ଛାତ୍ରଛାତ୍ରୀମାନେ ସ୍ବାଧୀନତା ଦିବସ ଉପଲକ୍ଷେ ଅଭିଭାଷଣ ରଖିଥିଲେ l ଅଧ୍ୟାପିକ ଓ଼ ଅଧ୍ୟାପିକା ମାନେ ଛାତ୍ରଛାତ୍ରୀ ମାନେ କିପରି ଆଗକୁ ବଢିବେ ସେ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ଏକାଡେମୀର ଅଧ୍ୟାପକ ଏସ.କେ. ସୁଦାମ, ପିତ୍ତରଞ୍ଜନ ଜେନା,ଆଶୁତୋଷ ମହାନ୍ତ, ହରିପ୍ରିୟା ଜେନା ଏବଂ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri