ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା କରିଥିଲେ। ହେଲେ ପ୍ରତିକୂଳ ପାଗ ଓ ସୁରକ୍ଷା କାରଣରୁ ସେମାନଙ୍କୁ ନିରାଶ ହେବାକୁ ପଡ଼ିଥିଲା। ଲଘୁଚାପଜନିତ ବର୍ଷା ଯୋଗୁ ସ୍ୱାଧୀନତା ଦିବସ ପରେଡ୍‌ ବାଧିତ ହୋଇଥିଲା।

ସକାଳ ୬ଟାରେ ପରେଡ୍‌ ପଡ଼ିଆର ସ୍ଥିତି ଯାଞ୍ଚ କରାଯାଇଥିଲା। ପ୍ରବଳ ବର୍ଷା ଯୋଗୁଁ ପଡ଼ିଆ ଅତ୍ୟନ୍ତ ଓଦା ହୋଇଥିବାରୁ ସାଧାରଣ ଯାନବାହନ ମଧ୍ୟ ଚଳାଚଳ କରିପାରି ନଥିଲା। ଏଭଳି ସ୍ଥିତିରେ ପରେଡ୍‌ ପାଇଁ ପଡ଼ିଆ ଅନୁକୂଳ ନ ଥିଲା। ଛାତ୍ରୀଛାତ୍ର ସାମାନ୍ୟ ଖସିପଡ଼ିଲେ ମଧ୍ୟ ଆଘାତ ପାଇବାର ଆଶଙ୍କା ରହିଥିଲା।

ଏଥିସହ ପାଣିପାଗ ବିଭାଗ ପକ୍ଷରୁ ବଜ୍ରପାତ ସହ ବର୍ଷା ପାଇଁ ହଳଦିଆ ସତର୍କତା ଜାରି କରାଯାଇଥିଲା। ଏଭଳି ପରିସ୍ଥିତିରେ କୌଣସି ଅଘଟଣ ଘଟି ଛାତ୍ରଛାତ୍ରୀ ପ୍ରଭାବିତ ହେବାର ଆଶଙ୍କା ଥିଲା। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ସେମାନଙ୍କୁ ପରେଡ୍‌ କାର୍ଯ୍ୟକ୍ରମକୁ ନ ଡାକିବାକୁ ନିଷ୍ପତ୍ତି ନିଆଯାଇଥିବା ଉପଜିଲାପାଳ ଅଭିଷେକ ଦିଲୀପ ଦୁଧାଲ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ଆଗାମୀ ସପ୍ତାହରେ ଆୟୋଜିତ ହେବାକୁ ଥିବା ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ଡକାଯିବ ବୋଲି ସେ କହିଛନ୍ତି।

ଗୁଣପୁର ଉପଜିଲାପାଳ ଅଭିଷେକ ଦିଲୀପ ଦୁଧାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମିନି ଷ୍ଟାଡିୟମ୍‌ରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସ୍ୱାଧୀନତା ଦିବସ ଅବସରରେ ଭୋର ୪ଟା ୩୦ ମିନିଟ୍‌ରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରାମଧୁନ ପ୍ରଚାର କରାଯାଇଥିଲା। ସକାଳ ୫ଟା ୩୦ ମିନିଟ୍‌ରେ ଗୋଷ୍ଠୀ ଶିକ୍ଷା ତାଲିମ କେନ୍ଦ୍ରରୁ ପ୍ରଭାତଫେରି ଆୟୋଜିତ ହୋଇଥିଲା।

ସେହିପରି ସକାଳ ୭ଟା ୩୦ ମିନିଟ୍‌ରେ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ପରେ ସକାଳ ୯ଟା ୧୫ ମିନିଟ୍‌ରେ ସ୍ଥାନୀୟ ମିନି ଷ୍ଟାଡିୟମ୍‌ରେ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଭାରତୀୟ ରିଜର୍ଭ ଫୋର୍ସ ଓ ଭାମିନି ଦଳର ସଦସ୍ୟମାନେ ଉପସ୍ଥିତ ରହି ଜାତୀୟ ପତାକା ଓ ମୁଖ୍ୟ ଅତିଥିଙ୍କୁ ଅଭିବାଦନ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?