Posted inଜାତୀୟ

ଅଗଷ୍ଟ ୧୫ ପୂର୍ବରୁ ଲାଲ କିଲ୍ଲାରେ ବଢ଼ିଲା ସୁରକ୍ଷା

ନୂଆଦିଲ୍ଲୀ,୬।୮: ସ୍ବାଧୀନତା ଦିବସ ତଥା ଅଗଷ୍ଟ ୧୫ ପୂର୍ବରୁ ରାଜଧାନୀ ଦିଲ୍ଲୀର ଲାଲ କିଲ୍ଲାର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଦିଲ୍ଲୀ ରାଜରାସ୍ତାରେ ଏବେ ବି କୃଷକଙ୍କ ଆନ୍ଦୋଳନ ଜାରି ରହିଛି। ଏଭଳି ସ୍ଥିତିରେ ଜାନୁଆରୀ ୨୬ରେ ହୋଇଥିବା ହିଂସାକୁ ଦୃଷ୍ଟିରେ ରଖି ଚଳିତ ଥର ଦିଲ୍ଲୀ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇତିମଧ୍ୟରେ ଲାଲ କିଲ୍ଲା ପାଖରେ ବଡ଼ ବଡ଼ କଣ୍ଟେନର୍ସ ଲଗାଯାଇଥିବା ଦେଖିବାକୁ ମିଳିଛି। ଲାଲ କିଲ୍ଲାର ମେନ ଗେଟ୍‌ରେ ଏହି କଣ୍ଟେନର୍ସ ଲଗାଯାଇଛି। କାରଣ ଯଦି କୌଣସି ବିକ୍ଷୋଭ ପ୍ରର୍ଦଶନକାରୀ ପୋଲିସର ଚକ୍ରବ୍ୟୁହକୁ ଭାଙ୍ଗି ଆସନ୍ତି, ତେବେ ସେମାନେ ଏହି କଣ୍ଟେନର୍ସକୁ ପାର କରିଯାଇପାରିବେ ନାହିଁ। ଗୋଇନ୍ଦା ବିଭାଗରୁ କ୍ରମାଗତ ଭାବେ ମିଳୁଥିବା ସୂଚନା ଅନୁସାରେ ଅଗଷ୍ଟ ୧୫ରେ ପ୍ରଦର୍ଶନକାରୀମାନେ ଗଣ୍ଡୋଗଳ କରିବା ସହ ଲାଲ କିଲ୍ଲାରେ ବିରୋଧ ପ୍ରଦର୍ଶନ କରିପାରନ୍ତି। ତେଣୁ ପୂର୍ବରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ପ୍ରତି ଅଗଷ୍ଟ ୧୫ରେ ପ୍ରଧାନମନ୍ତ୍ରୀ ଲାଲ କିଲ୍ଲାରେ ପତାକା ଉତ୍ତୋଳନ କରିଥାନ୍ତି। କରୋନା ସଙ୍କଟ ଯୋଗୁ ଚଳିତ ଥର ବହୁ କମ୍‌ ଲୋକଙ୍କୁ ଦର୍ଶକ ଗ୍ୟାଲେରୀରେ ସ୍ଥାନ ମିଳିପାରେ। କିନ୍ତୁ ଏହାସତ୍ତ୍ୱେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କରାଯିବା ସହ ପ୍ରତ୍ୟେକ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି। ଅନ୍ୟପଟେ ଚଳିତ ଥର ଏଭଳି କଡା ସୁରକ୍ଷା ବ୍ୟବସ୍ଥା ହେବାର ମୁଖ୍ୟ କାରଣ କୃଷକ ଆନ୍ଦୋଳନକୁ କୁହାଯାଉଛି। କାରଣ କୃଷି ଆଇନକୁ ବିରୋଧ କରୁଥିବା କୃଷକମାନେ ଗତ ଏକ ବର୍ଷ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନ କରିଆସୁଛନ୍ତି। ବର୍ତ୍ତମାନ ସଂସଦର ଅଧିବେଶନ ସମୟରେ ବି ସେମାନେ ଜନ୍ତର ମନ୍ତ୍ରରେ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri