Posted inଜାତୀୟ

ଅଗଷ୍ଟ ୧୫ ପୂର୍ବରୁ ଲାଲ କିଲ୍ଲାରେ ବଢ଼ିଲା ସୁରକ୍ଷା

ନୂଆଦିଲ୍ଲୀ,୬।୮: ସ୍ବାଧୀନତା ଦିବସ ତଥା ଅଗଷ୍ଟ ୧୫ ପୂର୍ବରୁ ରାଜଧାନୀ ଦିଲ୍ଲୀର ଲାଲ କିଲ୍ଲାର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଦିଲ୍ଲୀ ରାଜରାସ୍ତାରେ ଏବେ ବି କୃଷକଙ୍କ ଆନ୍ଦୋଳନ ଜାରି ରହିଛି। ଏଭଳି ସ୍ଥିତିରେ ଜାନୁଆରୀ ୨୬ରେ ହୋଇଥିବା ହିଂସାକୁ ଦୃଷ୍ଟିରେ ରଖି ଚଳିତ ଥର ଦିଲ୍ଲୀ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇତିମଧ୍ୟରେ ଲାଲ କିଲ୍ଲା ପାଖରେ ବଡ଼ ବଡ଼ କଣ୍ଟେନର୍ସ ଲଗାଯାଇଥିବା ଦେଖିବାକୁ ମିଳିଛି। ଲାଲ କିଲ୍ଲାର ମେନ ଗେଟ୍‌ରେ ଏହି କଣ୍ଟେନର୍ସ ଲଗାଯାଇଛି। କାରଣ ଯଦି କୌଣସି ବିକ୍ଷୋଭ ପ୍ରର୍ଦଶନକାରୀ ପୋଲିସର ଚକ୍ରବ୍ୟୁହକୁ ଭାଙ୍ଗି ଆସନ୍ତି, ତେବେ ସେମାନେ ଏହି କଣ୍ଟେନର୍ସକୁ ପାର କରିଯାଇପାରିବେ ନାହିଁ। ଗୋଇନ୍ଦା ବିଭାଗରୁ କ୍ରମାଗତ ଭାବେ ମିଳୁଥିବା ସୂଚନା ଅନୁସାରେ ଅଗଷ୍ଟ ୧୫ରେ ପ୍ରଦର୍ଶନକାରୀମାନେ ଗଣ୍ଡୋଗଳ କରିବା ସହ ଲାଲ କିଲ୍ଲାରେ ବିରୋଧ ପ୍ରଦର୍ଶନ କରିପାରନ୍ତି। ତେଣୁ ପୂର୍ବରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ପ୍ରତି ଅଗଷ୍ଟ ୧୫ରେ ପ୍ରଧାନମନ୍ତ୍ରୀ ଲାଲ କିଲ୍ଲାରେ ପତାକା ଉତ୍ତୋଳନ କରିଥାନ୍ତି। କରୋନା ସଙ୍କଟ ଯୋଗୁ ଚଳିତ ଥର ବହୁ କମ୍‌ ଲୋକଙ୍କୁ ଦର୍ଶକ ଗ୍ୟାଲେରୀରେ ସ୍ଥାନ ମିଳିପାରେ। କିନ୍ତୁ ଏହାସତ୍ତ୍ୱେ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କରାଯିବା ସହ ପ୍ରତ୍ୟେକ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି। ଅନ୍ୟପଟେ ଚଳିତ ଥର ଏଭଳି କଡା ସୁରକ୍ଷା ବ୍ୟବସ୍ଥା ହେବାର ମୁଖ୍ୟ କାରଣ କୃଷକ ଆନ୍ଦୋଳନକୁ କୁହାଯାଉଛି। କାରଣ କୃଷି ଆଇନକୁ ବିରୋଧ କରୁଥିବା କୃଷକମାନେ ଗତ ଏକ ବର୍ଷ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନ କରିଆସୁଛନ୍ତି। ବର୍ତ୍ତମାନ ସଂସଦର ଅଧିବେଶନ ସମୟରେ ବି ସେମାନେ ଜନ୍ତର ମନ୍ତ୍ରରେ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri