କୋଭିଡ୍‌ ମାର୍ଗଦର୍ଶିକାରେ ପାଳନ ହେବ ସ୍ବାଧୀନତା ଦିବସ

ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ବାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ, କୋଭିଡ୍‌ ମାର୍ଗଦର୍ଶିକାର ଠିକ୍‌ ଅନୁପାଳନ କରାଯାଇ ସ୍ବଳ୍ପ ସଂଖ୍ୟକ ଅତିଥି, କୋଭିଡ୍‌ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ବାଧୀନତା ଦିବସ ଆୟୋଜିତ ହେବ ବୋଲି ସ୍ଥିର ହୋଇଛି। ସ୍ବାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଏହି ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ବ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ବ ଦେଇଛନ୍ତି। ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ା ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେଶନ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ ଭୁବନେଶ୍ୱର ଡିସିପି ପରିଚାଳନା କରିବେ। ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ। ସେହିପରି ଆର୍‌ଡିସି ଜୋନ୍‌, ଜିଲା ଏବଂ ଉପଖଣ୍ଡ ସ୍ତରରେ କୋଭିଡ୍‌ ନିୟମାବଳୀ ମଧ୍ୟରେ ସ୍ବାଧୀନତା ଦିବସ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri