କୋଭିଡ୍‌ ମାର୍ଗଦର୍ଶିକାରେ ପାଳନ ହେବ ସ୍ବାଧୀନତା ଦିବସ

ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ବାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ, କୋଭିଡ୍‌ ମାର୍ଗଦର୍ଶିକାର ଠିକ୍‌ ଅନୁପାଳନ କରାଯାଇ ସ୍ବଳ୍ପ ସଂଖ୍ୟକ ଅତିଥି, କୋଭିଡ୍‌ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ବାଧୀନତା ଦିବସ ଆୟୋଜିତ ହେବ ବୋଲି ସ୍ଥିର ହୋଇଛି। ସ୍ବାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଏହି ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ବ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ବ ଦେଇଛନ୍ତି। ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ା ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେଶନ ଓ ପିଇବା ପାଣି ବ୍ୟବସ୍ଥା କରାଯିବ। ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ ଭୁବନେଶ୍ୱର ଡିସିପି ପରିଚାଳନା କରିବେ। ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ। ସେହିପରି ଆର୍‌ଡିସି ଜୋନ୍‌, ଜିଲା ଏବଂ ଉପଖଣ୍ଡ ସ୍ତରରେ କୋଭିଡ୍‌ ନିୟମାବଳୀ ମଧ୍ୟରେ ସ୍ବାଧୀନତା ଦିବସ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri