Odisha Elections 2024

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ କେହି ନିରାଡମ୍ବର ଭାବେ ନିର୍ବାଚନ ଅଧିକାରୀଙ୍କ ପାଖକୁ ପ୍ରାର୍ଥିପତ୍ର ଧରି ଓକିଲଙ୍କ ସହିତ ପହଞ୍ଚୁଛନ୍ତି। ତେବେ ବରଗଡ଼ ବିଧାନସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପାଣ୍ଡବ କର୍ଣ୍ଣଙ୍କ ନାମାଙ୍କନ ଦାଖଲ ନିଆରା ଥିଲା ।

ସେ ସୋମବାର ଏକ ସେଟ ନାମାଙ୍କନ ଦାଖଲ କରି ସାରିଥିବା ବେଳେ ଗୁରୁବାର ଦ୍ବିତୀୟ ସେଟ ନାମାଙ୍କନ ଦାଖଲ କରିଥିଲେ। ତେବେ ଜଣେ ରକ୍ତଦାତା ଏବଂ ସମାଜସେବୀଭାବେ ଜଣାଶୁଣା ପାଣ୍ଡବ ନାମାଙ୍କନ ଦାଖଲ ପୂର୍ବରୁ ପୂଜାର୍ଚ୍ଚନା କରିବା ସହିତ ବରଗଡ ରକ୍ତ ଭଣ୍ଡାରକୁ ଯାଇଥିଲେ। ସେଠାରେ ଗୋଟିଏ ୟୁନିଟ ରକ୍ତଦାନ କରି ପରେ ବରଗଡ ଉପଜିଲାପାଳଙ୍କ ଅଫିସରେ ପହଞ୍ଚି ଥିଲେ। ପରେ ଉପଜିଲାପାଳ କୁମାର ନାଗଭୂଷଣଙ୍କୁ ତାଙ୍କ ଦ୍ବିତୀୟ ସେଟ ନାମାଙ୍କନ ଦାଖଲ କରିଥିଲେ। ପାଣ୍ଡବଙ୍କ ଏଭଳି ନାମାଙ୍କନ ଦାଖଲ ବର୍ତ୍ତମାନ ଚର୍ଚ୍ଚାର ବିଷୟ ହୋଇଛି। ଉଲ୍ଲେଖଯୋଗ୍ୟ, ପାଣ୍ଡବ ଜଣେ କଂଗ୍ରେସ ନେତା ଏବଂ ଦଳ ତାଙ୍କୁ ପ୍ରାର୍ଥୀ ନ କରିବାରୁ ସ୍ବାଧୀନ ପ୍ରାର୍ଥୀଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri