ସ୍ବାଧୀନ ବିଧାୟକ ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବାଲିକୁଦା, ୨୫।୫(ତାପସ ସ୍ବାଇଁ): ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ରେ ପ୍ରାକ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଏହି ନିର୍ବାଚନ ମଣ୍ଡଳୀର ବାଲିକୁଦା ବ୍ଲକ ବରମୁଣ୍ଡଳୀ ପଞ୍ଚାୟତ ଦଶବାଟିଆ ବଜାରରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ସଞ୍ଜୀବ ବିଶ୍ୱାଳଙ୍କ ନିର୍ବାଚନୀ କାର୍ଯ୍ୟାଳୟକୁ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଜାଳି ଦେଇଛନ୍ତି।

ଏନେଇ ସ୍ଥାନୀୟ ଅନନ୍ତପୁର ଫାଣ୍ଡିରେ ସଞ୍ଜୀବଙ୍କ ସମର୍ଥକ ପ୍ରତାପ ସ୍ବାଇଁ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ରାତି ପ୍ରାୟ ୧୦ଟାରେ ସଞ୍ଜୀବଙ୍କ ସମର୍ଥକମାନେ ଅଫିସ କାର୍ଯ୍ୟାଳୟ ବନ୍ଦ କରି ଘରକୁ ଫେରିଥିଲେ। ଏହାର ସୁଯୋଗ ନେଇ ପଛପଟୁ କିଛି ଯୁବକ ନିଆଁ ଲଗାଇ ଦେଇଥିଲେ। ବଜାରରେ ଥିବା ସଞ୍ଜୀବଙ୍କ ସମର୍ଥକମାନେ ଏହି କାଣ୍ଡ ଘଟାଇଥିବା ବ୍ୟକ୍ତିଙ୍କୁ ଚିହ୍ନିବା ପାଇଁ ପ୍ରୟାସ କରିଥିଲେ ମଧ୍ୟ ଦୁର୍ବୃତ୍ତ ଅନ୍ଧାରର ସୁଯୋଗ ନେଇ ଖସି ଯାଇଥିଲେ। ପରେ ସଞ୍ଜୀବଙ୍କ ସମର୍ଥକ ନିଆଁକୁ ଆୟତ୍ତ କରିଥିବାବେଳେ ଏଥିରେ ଟେଣ୍ଟ କପଡାର କିଛି ଅଂଶ ଓ ସଞ୍ଜୀବଙ୍କ ବଡ଼ ବ୍ୟାନର ପୋଡିଯାଇଥିଲା। ଅଭିଯୋଗ ପାଇବା ପରେ ଫାଣ୍ଡି ଅଧିକାରୀ ବ୍ରହ୍ମାନନ୍ଦ ପଣ୍ଡା ଏନେଇ ମାମଲା ନଂ.୨୨୪/୨୪ରୁଜୁ କରି ଘଟଣାର ତଦନ୍ତ ଚଳାଇଛନ୍ତି। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ସଞ୍ଜୀବ ଶାସକ ବିଜେଡି ଦଳରୁ ଟିକେଟ ନ ପାଇ ସ୍ବାଧୀନ ଭାବେ ନିର୍ବାଚନ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri