ଦଳୀୟ ପ୍ରାର୍ଥୀଙ୍କୁ ଜବାବ ଦେବେ ସ୍ବାଧୀନ

ନିମାପଡ଼ା,୩୦।୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକର ୧୮, ୧୯, ୨୦ ଓ ୨୧ନଂ. ଆଦି ୪ ଜିଲା ପରିଷଦ ଜୋନ୍‌ ନିମନ୍ତେ ମୋଟ୍‌ରେ ୧୮ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ସେହିପରି ବ୍ଲକର ୩୨ ପଞ୍ଚାୟତରେ ୩୨ଟି ସରପଞ୍ଚ ପଦବୀ ନିମନ୍ତେ ୧୦୦ଜଣ ସରପଞ୍ଚ ପ୍ରାର୍ଥୀ, ୩୨ ସମିତିସଭ୍ୟ ପଦବୀ ଲାଗି ୯୩ଜଣ ପ୍ରାର୍ଥୀ, ୪୮୧ ଓ୍ବାର୍ଡସଭ୍ୟ ପଦବୀ ପାଇଁ ୯୦୭ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଲଢ଼େଇ କରୁଥିବା ବେଳେ ୮୮ଜଣ ଓ୍ବାର୍ଡସଭ୍ୟ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପରେ ଏବେ ପ୍ରତି ପଞ୍ଚାୟତର ଗଁାଗଣ୍ଡା, ସାହିବସ୍ତିରେ ନିର୍ବାଚନୀ ବାତାବରଣ ବେଶ୍‌ ସରଗରମ ହୋଇଉଠିଛି। ବିଭିନ୍ନ ରାଜନୈତିକ ଦଳର ସମର୍ଥତ୍ତ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀଙ୍କ ସମେତ ବିଭିନ୍ନ ଦଳରୁ ଟିକେଟ ପାଇବାରୁ ବଞ୍ଚତ୍ତ ହୋଇଥିବା ବିଦ୍ରୋହୀମାନେ ସ୍ବାଧୀନ ପ୍ରାର୍ଥୀ ହୋଇ ଦଳୀୟ ନେତାଙ୍କୁ ଉଚିତ ଜବାବ ଦେବା ଲକ୍ଷ୍ୟରେ ନିଜ ସମର୍ଥକଙ୍କୁ ନେଇ ଘର ଘର ବୁଲି ନିଜ ସପକ୍ଷରେ ଭୋଟ୍‌ ଭିକ୍ଷା କରୁଥିତ୍ବା ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଦଳ ଭିତରେ ଗୋଷ୍ଠୀ କନ୍ଦଳ, ପ୍ରାର୍ଥୀ ଚୟନରେ ଅସନ୍ତୋଷ ପ୍ରକାଶ କରିଥିବା କର୍ମୀ ଓ ପ୍ରାର୍ଥୀମାନଙ୍କୁ ସମର୍ଥନ କରୁଥିବା ପଞ୍ଚାୟତସ୍ତରୀୟ ନେତୃବୃନ୍ଦ ସେମାନଙ୍କୁ ବୁଝାଶୁଝା କରି ମନାଇ ଦଳୀୟ ସମର୍ଥତ୍ତ ପ୍ରାର୍ଥୀମାନଙ୍କ ସପକ୍ଷରେ କାର୍ଯ୍ୟ କରିବାକୁ ବିଜେଡି ଓ ଭାଜପାର ବରିଷ୍ଠ ନେତାମାନେ ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ଏବେ ବିଭିନ୍ନ ରାଜନୈତିକ ଦଳର ସମର୍ଥତ୍ତ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀଙ୍କ ଅପେକ୍ଷା ସ୍ବାଧୀନ ଓ ବିଦ୍ରୋହୀ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀମାନେ ଗଁା ଗଁା, ଘର ଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି। ତେବେ ଏପର୍ଯ୍ୟନ୍ତ ବିଜେଡି, ଭାଜପା ଓ କଂଗ୍ରେସ ଦଳର ସମର୍ଥତ୍ତ ପ୍ରାର୍ଥୀଙ୍କ ପକ୍ଷରୁ ସେପରି ଆଖିଦୃଶିଆ ପ୍ରଚାର ଅଭିଯାନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri