Posted inଖେଳ

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ ଶୁବମନ ଗିଲ୍‌ ଓ ଉପ ଅଧିନାୟକ ଲୋକେଶ ରାହୁଲଙ୍କ ଶତକ ବଦଳରେ ଭାରତ ପ୍ରଥମ ଦିନ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୩୬୮ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଗିଲ୍‌ ୧୦୩ ଓ ରିଷଭ ପନ୍ତ ୫୦ ରନ କରି ଅପରାଜିତ ରହିଛନ୍ତି।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଯଶସ୍ବୀ ଜୟସ୍ବାଲ (୨୪)ଙ୍କ ଉଇକେଟ ହରାଇଥିଲା। ଲୋକେଶ ରାହୁଲ ଓ ସାଇ ସୁଦର୍ଶନ ଧୈର୍ଯ୍ୟର ସହ ବ୍ୟାଟିଂ କରି ଦ୍ୱିତୀୟ ଉଇକେଟରେ ୧୩୯ ରନ ଯୋଡ଼ିଥିଲେ। ଶତକ ଅଭିମୁଖେ ଅଗ୍ରସର ହେଉଥିବା ସୁଦର୍ଶନ ୮୧ (୧୩ ଚୌକା) ରନ କରି ପାଭିଲିଅନ ଫେରିଥିଲେ। ଅନ୍ୟପକ୍ଷରେ ରାହୁଲ (୧୧୦ ରନ, ୧୧ ଚୌକା) କ୍ୟାରିୟରର ୧୨ତମ ଟେଷ୍ଟ ଶତକ ପୂରଣ କରିବା ପରେ ଆଉଟ୍‌ ହୋଇଥିଲେ। ଏହାପରେ ଅଧିନାୟକ ଗିଲ୍‌ ଓ ରିଷଭ ପନ୍ତ ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ଦୁହେଁ ଦିନ ଶେଷ ପର୍ଯ୍ୟନ୍ତ ପ୍ରତିପକ୍ଷ ଆଫଗାନିସ୍ତାନ ବୋଲରଙ୍କୁ ଉଇକେଟ ନେବାକୁ ସୁଯୋଗ ଦେଇ ନ ଥିଲେ। ଦୁଇ ବ୍ୟାଟର ଅବିଭାଜିତ ଚତୁର୍ଥ ଉଇକେଟରେ ୧୨୧ ରନ ଯୋଡ଼ିଛନ୍ତି। ଏହି ଅବସରରେ ଗିଲ୍‌ କ୍ୟାରିୟରର ୧୧ତମ ଟେଷ୍ଟ ଶତକ ହାସଲ କରିଥିବା ବେଳେ ୫୦ତମ ଟେଷ୍ଟ ଖେଳୁଥିବା ପନ୍ତ ୫୦ ରନ କରି ଅପରାଜିତ ରହିଛନ୍ତି। ଆଫଗାନିସ୍ତାନ ପକ୍ଷରୁ ମହମ୍ମଦ ସଲିମ ୨ ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri