Posted inଖେଳ

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ ଶୁବମନ ଗିଲ୍‌ ଓ ଉପ ଅଧିନାୟକ ଲୋକେଶ ରାହୁଲଙ୍କ ଶତକ ବଦଳରେ ଭାରତ ପ୍ରଥମ ଦିନ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୩୬୮ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଗିଲ୍‌ ୧୦୩ ଓ ରିଷଭ ପନ୍ତ ୫୦ ରନ କରି ଅପରାଜିତ ରହିଛନ୍ତି।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ଯଶସ୍ବୀ ଜୟସ୍ବାଲ (୨୪)ଙ୍କ ଉଇକେଟ ହରାଇଥିଲା। ଲୋକେଶ ରାହୁଲ ଓ ସାଇ ସୁଦର୍ଶନ ଧୈର୍ଯ୍ୟର ସହ ବ୍ୟାଟିଂ କରି ଦ୍ୱିତୀୟ ଉଇକେଟରେ ୧୩୯ ରନ ଯୋଡ଼ିଥିଲେ। ଶତକ ଅଭିମୁଖେ ଅଗ୍ରସର ହେଉଥିବା ସୁଦର୍ଶନ ୮୧ (୧୩ ଚୌକା) ରନ କରି ପାଭିଲିଅନ ଫେରିଥିଲେ। ଅନ୍ୟପକ୍ଷରେ ରାହୁଲ (୧୧୦ ରନ, ୧୧ ଚୌକା) କ୍ୟାରିୟରର ୧୨ତମ ଟେଷ୍ଟ ଶତକ ପୂରଣ କରିବା ପରେ ଆଉଟ୍‌ ହୋଇଥିଲେ। ଏହାପରେ ଅଧିନାୟକ ଗିଲ୍‌ ଓ ରିଷଭ ପନ୍ତ ଦଳୀୟ ସ୍କୋରକୁ ଆଗେଇ ନେଇଥିଲେ। ଦୁହେଁ ଦିନ ଶେଷ ପର୍ଯ୍ୟନ୍ତ ପ୍ରତିପକ୍ଷ ଆଫଗାନିସ୍ତାନ ବୋଲରଙ୍କୁ ଉଇକେଟ ନେବାକୁ ସୁଯୋଗ ଦେଇ ନ ଥିଲେ। ଦୁଇ ବ୍ୟାଟର ଅବିଭାଜିତ ଚତୁର୍ଥ ଉଇକେଟରେ ୧୨୧ ରନ ଯୋଡ଼ିଛନ୍ତି। ଏହି ଅବସରରେ ଗିଲ୍‌ କ୍ୟାରିୟରର ୧୧ତମ ଟେଷ୍ଟ ଶତକ ହାସଲ କରିଥିବା ବେଳେ ୫୦ତମ ଟେଷ୍ଟ ଖେଳୁଥିବା ପନ୍ତ ୫୦ ରନ କରି ଅପରାଜିତ ରହିଛନ୍ତି। ଆଫଗାନିସ୍ତାନ ପକ୍ଷରୁ ମହମ୍ମଦ ସଲିମ ୨ ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?