Posted inଖେଳ

ଚେନ୍ନାଇ ଟେଷ୍ଟ ଜିତିବା ଭାରତ ପାଇଁ କଷ୍ଟକର

ଚେନ୍ନାଇ, ୮ା୨- ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳକୁ ଜିତିବା ପାଇଁ ଆହୁରି ୩୮୧ ରନ୍‌ ଦରକାର। ଟିମ୍‌ ଇଣ୍ଡିଆ ହାତରେ ୯ଟି ଦ୍ୱିତୀୟ ଇନିଂସ ଉଇକେଟ ରହିଛି। ଅନ୍ତିମ ଦିନରେ ଏତେ ବଡ଼ ବିଜୟ ଲକ୍ଷ୍ୟ ହାସଲ କରିବା କଷ୍ଟକର ଥିବାରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ ମ୍ୟାଚ୍‌ ବଞ୍ଚାଇବା ପାଇଁ ପୂରା ଦିନ କ୍ରିଜରେ ଛିଡ଼ା ହେବାକୁ ଚେଷ୍ଟା କରିବ।

ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୨୫୭/୬)ରୁ ବ୍ୟାଟିଂ ଆରମ୍ଭ କରିଥିବା ଭାରତ ବଳକା ୪ ଉଇକେଟରେ ମାତ୍ର ୮୦ ରନ୍‌ ଯୋଡ଼ିବାକୁ ସକ୍ଷମ ହୋଇଥିଲା। ଫଳରେ ଟିମ୍‌ ଇଣ୍ଡିଆ ୩୩୭ ରନ୍‌ରେ ସୀମିତ ରହିଥିଲା। ଘରୋଇ ଦଳ ପାଇଁ ଓ୍ବାଶିଂଟନ ସୁନ୍ଦର ୮୫ ରନ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ପାଳି ଖେଳିଥିଲେ। ୨୪୧ ରନ୍‌ର ଅଗ୍ରଣୀ ଥିବା ସତ୍ତ୍ୱେ ଭାରତକୁ ଫଲୋଅନ୍‌ ଦେବା ପରିବର୍ତ୍ତେ ଦ୍ୱିତୀୟ ଇନିଂସ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଇଂଲଣ୍ଡ ଅଧିନାୟକ ଜୋ ରୁଟ। ଏହାପରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ଯାଦୁଗରି ସ୍ପିନ ବୋଲିଂ ଯୋଗୁ ପୂରା ଇଂଲଣ୍ଡ ଦଳ ୧୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଅଶ୍ୱିନ ସର୍ବାଧିକ ୬ ଉଇକେଟ ହାତେଇଥିବାବେଳେ ୨ ଉଇକେଟ ଅକ୍ତିଆର କରିଥିଲେ ଶାହାବାଜ ନଦୀମ। ଫଳରେ ଭାରତ ଆଗରେ ଧାର୍ଯ୍ୟ ହୋଇଥିଲା ୪୨୦ ରନ୍‌ର ଟାର୍ଗେଟ।

ବିରାଟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଟିମ୍‌ ଇଣ୍ଡିଆ ଚତୁର୍ଥ ଦିନ ସୁଦ୍ଧା ରୋହିତ ଶର୍ମା(୧୨)ଙ୍କ ଉଇକେଟ ହରାଇ ୩୯ ରନ୍‌ କରିଛି। ଶୁବମାନ ଗିଲ ୧୫ ଓ ଚେତ୍ତେଶ୍ୱର ପୂଜାରା ୧୨ ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri